ଗତ କିଛି ଦିନ ହେବ ତିନି ହଜାର ପରେ ରହିଛି ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 3205 ରୋଗୀ
ଗତ 24 ଘଣ୍ଟାରେ ମୋଟ 3205 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 31 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ହେଉଥିବା ସହ କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି । ଗତ କିଛି ଦିନ ହେବ ଦୈନିକ ସଂକ୍ରମଣ ମାମଲା ତିନି ହଜାରରୁ ଅଧିକ ରହୁଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 3205 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 31 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2802 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 19 ହଜାର 509 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 88 ହଜାର 118 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 44 ହଜାର 689 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 23 ହଜାର 920 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 188 କୋଟି 48 ଲକ୍ଷ 01 ହଜାର 203 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 4 ଲକ୍ଷ 79 ହଜାର 208 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications