ଚିନ୍ତା ବଢାଉଛି କରୋନାଜନିତ ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 3377 ରୋଗୀ, 60 ଜଣଙ୍କ ପ୍ରାଣହାନି
ଗତ 24 ଘଣ୍ଟାରେ ମୋଟ 3377 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 60 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆଦିଲ୍ଲୀ : ଗତ ଦୁଇ ଦିନ ହେବ ଦୈନିକ କରୋନା ମାମଲା ତିନି ହଜାର ଅତିକ୍ରମ କରିଛି । ଗତକାଲି ସାରା ଦେଶରେ ରେକର୍ଡ ହୋଇଥିବା କରୋନାଜନିତ ମୃତ୍ୟୁ ସଂଖ୍ୟା ପୁଣି ଚିନ୍ତା ବଢାଇ ଦେଇଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 3377 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 60 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2496 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 17 ହଜାର 801 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 72 ହଜାର 176 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 30 ହଜାର 622 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 23 ହଜାର 753 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 188 କୋଟି 65 ଲକ୍ଷ 46 ହଜାର 894 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications