ବଢୁଛି କରୋନା ଦୈନିକ ମାମଲା, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 3688 ସଂକ୍ରମିତ, ପ୍ରାଣ ହରାଇଲେ 50 ରୋଗୀ
ଗତ 24 ଘଣ୍ଟାରେ ମୋଟ 3688 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 50 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ବୃଦ୍ଧି ହେଉଥିବା ବେଳେ ତିନି ଦିନ ଧରି କ୍ରମାଗତ ଭାବେ ଏହା ତିନି ହଜାର ଅତିକ୍ରମ କରିଛି । ଏହା ବ୍ୟତୀତ ଦେଶରେ ବଢିଚାଲିଥିବା କରୋନାଜନିତ ମୃତ୍ୟୁ ଚିନ୍ତାର କାରଣ ପାଲଟିଛି ।
କେନ୍ଦ୍ର ସରକାରଙ୍କ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପ୍ରକାଶ କରିଥିବା ତଥ୍ୟ ଅନୁସାରେ ସାରା ଦେଶରେ ଗତ 24 ଘଣ୍ଟାରେ ମୋଟ 3688 ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏହି ସମୟରେ ସାରା ଦେଶରେ ମୋଟ 50 ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି । ଗତ 24 ଘଣ୍ଟାରେ ମୋଟ 2755 ଜଣ ରୋଗୀ ସୁସ୍ଥ ହୋଇଛନ୍ତି ।

ବର୍ତ୍ତମାନ ଦେଶରେ ମୋଟ 18 ହଜାର 684 ଜଣ ସକ୍ରିୟ ରୋଗୀ ଅଛନ୍ତି । ନୂଆ ରୋଗୀ ଚିହ୍ନଟ ହେବା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 30 ଲକ୍ଷ 75 ହଜାର 864 ରେ ପହଞ୍ଚିଛି । ସେଥି ମଧ୍ୟରୁ ମୋଟ 4 କୋଟି 25 ଲକ୍ଷ 33 ହଜାର 377 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ନୂଆ ମୃତକଙ୍କୁ ମିଶାଇ ଦେଶରେ କରୋନା କାରଣରୁ ଏପର୍ଯ୍ୟନ୍ତ ମୋଟ 5 ଲକ୍ଷ 23 ହଜାର 803 ରୋଗୀଙ୍କ ମୃତ୍ୟୁ ହୋଇଛି ।
ସେହିପରି ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 188 କୋଟି 89 ଲକ୍ଷ 90 ହଜାର 935 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 22 ଲକ୍ଷ 58 ହଜାର 059 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications