ଥମୁନି ଦୈନିକ କରୋନା ମାମଲା, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 28 ଆକ୍ରାନ୍ତ

ନୂଆଦିଲ୍ଲୀ : ଥମୁନି ଦୈନିକ କରୋନା ମାମଲା । ଗତ କିଛି ଦିନ ହେବ ଦେଶରେ ଦୈନିକ କରୋନା ମାମଲାରେ ବୃଦ୍ଧି ହେଉଛି । ଏପରିକି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ହେଉନାହିଁ । ଗତ 24 ଘଣ୍ଟାରେ ଦୈନିକ ମାମଲା 7 ହଜାର ପରେ ରହିଥିବା ବେଳେ କରୋନାଜନିତ ମୃତ୍ୟୁ ସଂଖ୍ୟାରେ କୌଣସି ହ୍ରାସ ହୋଇନାହିଁ ।
ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 7 ହଜାର 517 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 11 ହଜାର 047 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 53 ହଜାର 852 ରେ ପହଞ୍ଚିଛି । ଏହି ସମୟରେ 28 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 49 ଲକ୍ଷ 32 ହଜାର 344 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 43 ଲକ୍ଷ 47 ହଜାର 024 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 31 ହଜାର 468 ରୋଗୀ ପ୍ରାଣ ହରାଇଛନ୍ତି ।












Click it and Unblock the Notifications