ଚାରି ହଜାର୍ ପାର୍ ହେଲା କରୋନା ଦୈନିକ ସଂକ୍ରମଣ, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 11 ଆକ୍ରାନ୍ତ

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ସାରା ଦେଶରେ କରୋନା ଦୈନିକ ସଂକ୍ରମଣ ଅହେତୁକ ଭାବେ ବୃଦ୍ଧି ହେଉଛି । ଏହା ସହିତ ସକ୍ରିୟ ମାମଲା ମଧ୍ୟ ବଢିବାରେ ଲାଗିଛି । ଏପରିକି ବର୍ତ୍ତମାନ ଦୈନିକ ମାମଲା ଚାରି ହଜାର୍ ପାର୍ ହୋଇଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି ।

corona virus

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 4431 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 2508 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 23 ହଜାର 091 ରେ ପହଞ୍ଚିଛି । ଏହି ସମୟରେ 11 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 47 ଲକ୍ଷ 33 ହଜାର 719 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 79 ହଜାର 712 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 916 ରୋଗୀ ପ୍ରାଣ ହରାଇଛନ୍ତି ।

ସାରା ଦେଶରେ କରୋନା ପାଇଁ ଜାରି ରହିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 220 କୋଟି 66 ଲକ୍ଷ 16 ହଜାର 373 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି କେବଳ 1 ହଜାର 979 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+