Corona Update : 18 ଶହ ପାର୍ ହେଲା ଦୈନିକ କରୋନା ମାମଲା, ସକ୍ରିୟ ମାମଲା 10 ହଜାର ପରେ

corona virus

ନୂଆଦିଲ୍ଲୀ : ଗତ କିଛି ଦିନ ହେବ ସାରା ଦେଶରେ କରୋନା ସଂକ୍ରମଣରେ ଅହେତୁକ ବୃଦ୍ଧି ହେବାରେ ଲାଗିଛି । କରୋନା ଦୈନିକ ମାମଲାରେ ବୃଦ୍ଧି ହେବା ସହ ସକ୍ରିୟ ମାମଲା ମଧ୍ୟ ବଢିବାରେ ଲାଗିଛି । ଏପରିକି ବର୍ତ୍ତମାନ ଦୈନିକ ମାମଲା 18 ଶହ ପାର୍ ହୋଇଛି । ଏହା ସହିତ କରୋନାଜନିତ ମୃତ୍ୟୁ ସଖ୍ୟାରେ ମଧ୍ୟ ବୃଦ୍ଧି ହୋଇଛି । ଫଳରେ ଲୋକଙ୍କ ମନରେ ପୁଣି କରୋନା ଆତଙ୍କ ଦେଖିବାକୁ ମିଳୁଛି । ଏପରିକି ଉଭୟ ସରକାର ଏବଂ ବୈଜ୍ଞାନିକମାନଙ୍କ ପାଇଁ ଏହା ଚିନ୍ତାର କାରଣ ପାଲଟିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 1805 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 932 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଏହା ପରେ ଦେଶରେ ସକ୍ରିୟ ମାମଲା 10 ହଜାର 300 ରେ ପହଞ୍ଚିଛି । ଏହି ସମୟରେ 6 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 47 ଲକ୍ଷ 5 ହଜାର 952 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 64 ହଜାର 815 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 837 ରୋଗୀ ପ୍ରାଣ ହରାଇଛନ୍ତି ।

ସାରା ଦେଶରେ କରୋନା ପାଇଁ ଜାରି ରହିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ 220 କୋଟି 65 ଲକ୍ଷ 54 ହଜାର 022 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି କେବଳ 1 ହଜାର 743 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+