Corona Update : କରୋନା ଦୈନିକ ମାମଲାରେ ଅହେତୁକ ବୃଦ୍ଧି, ଗତ 24 ଘଣ୍ଟାରେ ଚିହ୍ନଟ ହେଲେ 839 ଆକ୍ରାନ୍ତ

ଦୈନିକ କରୋନା ମାମଲା 8 ଶହ ପରେ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି । ଏପରିକି ଦେଶରେ ସକ୍ରିୟ ମାମଲା 5 ହଜାର ପରେ ରହିଛି ।

corona virus

ନୂଆଦିଲ୍ଲୀ : ସାରା ଦେଶରେ କରୋନା ସଂକ୍ରମଣ ପୁଣି ବଢୁଛି । ଗତ କିଛି ଦିନ ହେବ କରୋନା ମାମଲା ଅହେତୁକ ଭାବେ ବଢିବାରେ ଲାଗିଛି । ଏପରିକି ଦୈନିକ ମାମଲା 8 ଶହ ପରେ ରହିଛି । ଅପରପକ୍ଷରେ କରୋନାଜନିତ ମୃତ୍ୟୁ ସଖ୍ୟାରେ ସାମାନ୍ୟ ବୃଦ୍ଧି ହୋଇଛି । ଏପରିକି ଦେଶରେ ସକ୍ରିୟ ମାମଲା 5 ହଜାର ପରେ ରହିଛି ।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁସାରେ ଗତ 24 ଘଣ୍ଟାରେ ସାରା ଦେଶରେ ମୋଟ 839 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ସହିତ 476 ଜଣ ରୋଗୀ ସୁସ୍ଥ ହୋଇଛନ୍ତି । ଅପରପକ୍ଷରେ ବର୍ତ୍ତମାନ 5389 ଜଣ ସକ୍ରିୟ କରୋନା ରୋଗୀ ଅଛନ୍ତି । ଏହି ସମୟରେ 4 ଜଣ କରୋନା ଆକ୍ରାନ୍ତଙ୍କ ଦେହାନ୍ତ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କୁ ମିଶାଇ ଦେଶରେ ବର୍ତ୍ତମାନ ମୋଟ 4 କୋଟି 46 ଲକ୍ଷ 94 ହଜାର 349 ରୋଗୀ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ମୋଟ 4 କୋଟି 41 ଲକ୍ଷ 58 ହଜାର 161 ଜଣ କରୋନା ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏହା ସହିତ କରୋନା କାରଣରୁ ମୋଟ 5 ଲକ୍ଷ 30 ହଜାର 799 ରୋଗୀ ପ୍ରାଣ ହରାଇଛନ୍ତି ।

କରୋନା ମହାମାରୀ ବିରୋଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏପର୍ଯ୍ୟନ୍ତ ମୋଟ 220 କୋଟି 64 ଲକ୍ଷ 97 ହଜାର 638 ଡୋଜ୍ ଟିକା ଦିଆଯାଇଛି । ସେଥିମଧ୍ୟରୁ ଗତକାଲି 9 ହଜାର 095 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+