କେଜ୍ରିୱାଲଙ୍କୁ ଝଟକା, ୧୭ରେ ହାଜର ହେବାକୁ କୋର୍ଟ ଦେଲେ ନିର୍ଦ୍ଦେଶ

ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ସମସ୍ୟା ବଢ଼ିବାରେ ଲାଗିଛି । ଇଡି ନୋଟିସକୁ ଅଣଦେଖା କରୁଥିବା ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ କୋର୍ଟରୁ ଏକ ବଡ଼ ଝଟକା ଲାଗିଛି । ଦିଲ୍ଲୀର ରାଉସ୍ ଆଭେନ୍ୟୁ କୋର୍ଟ କେଜ୍ରିୱାଲଙ୍କୁ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦେଇଛନ୍ତି । ବର୍ତ୍ତମାନ ପର୍ଯ୍ୟନ୍ତ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ ଇଡି ଦ୍ୱାରା 5ଟି ସମନ ଜାରି କରାଯାଇ ଥିଲେ ମଧ୍ୟ ସେ ଏପର୍ଯ୍ୟନ୍ତ ପଚରାଉଚରା ପାଇଁ ହଜାର ହୋଇ ନାହାନ୍ତି ।

Arvind Kejriwal

ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ 5 ଟି ନୋଟିସ ସତ୍ତ୍ୱେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କ ହାଜର ନହେବା ବିରୋଧରେ ରାଉସ୍ ଆଭେନ୍ୟୁ କୋର୍ଟରେ ଇଡି ପକ୍ଷରୁ ଏକ ପିଟିସନ ଦାଖଲ କରାଯାଇଥିଲା। ବୁଧବାର ଏହି ମାମଲାରେ କୋର୍ଟ ଏହାର ରାୟ ଦେଇଛନ୍ତି। ଫେବୃଆରୀ 17 ରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କେଜ୍ରିୱାଲଙ୍କୁ କୋର୍ଟରେ ହାଜର ହେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ରାଉସ୍ ଆଭେନ୍ୟୁ କୋର୍ଟ ପଠାଇଥିବା ବିଜ୍ଞପ୍ତିରେ AAP ର ବିବୃତ୍ତି ଆସିଛି । ଦଳ କହିଛି ଯେ ଆମେ କୋର୍ଟଙ୍କ ନିର୍ଦ୍ଦେଶକୁ ଗ୍ରହଣ କରୁଛୁ । ଏହା ପରେ ଆମେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବୁ । ଦଳ କହିଛି ଯେ ଇଡିର ସମସ୍ତ ଡାକରା କିପରି ବେଆଇନ ଥିଲା ଆମେ କୋର୍ଟଙ୍କୁ କହିବୁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+