ସି.ପି ରାଧାକ୍ରିଷ୍ଣନ ଏନ୍ଡିଏ ଉପରାଷ୍ଟ୍ରପତି ପ୍ରାର୍ଥୀ
ସିପି ରାଧାକ୍ରିଷ୍ଣନ ହେଲେ ଏନଡିଏର ଉପରାଷ୍ଟ୍ରପତି ପ୍ରାର୍ଥୀ । ମହାରାଷ୍ଟ୍ର ରାଜ୍ୟପାଳ ସିପି ରାଧାକ୍ରିଷ୍ଣନଙ୍କ ନାଁରେ ମୋହର ମାରିଲା ବିଜେପି। ନୂଆଦିଲ୍ଲୀରେ ବିଜେପି ସଂସଦୀୟ ଦଳ ବୈଠକରେ ରାଧାକ୍ରିଷ୍ଣନଙ୍କ ନାଁରେ ମୋହର ମାରିଛି । ଏନେଇ ବିଜେପି ଜାତୀୟ ସଭାପତି ଜେପି ନଡ୍ଡା ଘୋଷଣା କରିଛନ୍ତି । ତାମିଲନାଡୁର ତିରୁପୁରରେ ୧୯୫୭ ମସିହା ଅକ୍ଟୋବର ୨୦ ତାରିଖରେ ଜନ୍ମଗ୍ରହଣ କରିଥିଲେ ।

କୋଏମ୍ବଟୁରରୁ ଦୁଇଥର ସାଂସଦ ଭାବେ ନିର୍ବାଚିତ ହୋଇଛନ୍ତି ସିପି ରାଧାକ୍ରିଷ୍ଣନ । ତାମିଲନାଡ଼ୁରେ ଜନ୍ମଗ୍ରହଣ କରିଥିବା ଶ୍ରୀ ରାଧାକୃଷ୍ଣନ ଗତ ବର୍ଷ ଜୁଲାଇ ୩୧ ତାରିଖରେ ମହାରାଷ୍ଟ୍ରର ରାଜ୍ୟପାଳଭାବେ ଶପଥ ନେଇଥିଲେ। ତାପୂର୍ବରୁ ସେ ଝାଡ଼ଖଣ୍ଡର ରାଜ୍ୟପାଳ ଥିଲେ । ସେ ୨୦୦୪ରୁ ୨୦୦୭ ପର୍ଯ୍ୟନ୍ତ ତାମିଲନାଡୁ ବିଜେପି ସଭାପତି ଥିଲେ।












Click it and Unblock the Notifications