ଭୀଷଣ ବାତ୍ୟାର ରୂପ ନେଲା ‘ବିପର୍ଯ୍ୟୟ’
ଭୁବନେଶ୍ୱର: ଆରବସାଗରରେ ସୃଷ୍ଟି ହୋଇଥିବା ବାତ୍ୟା 'ବିପର୍ଯ୍ୟୟ' ଏବେ ଭୀଷଣ ବାତ୍ୟାର ରୂପ ନେଇଛି । ବିଗତ ୬ ଘଣ୍ଟା ହେଲା ବାତ୍ୟା ଘଣ୍ଟା ପ୍ରତି ୨ କିଲୋମିଟର ବେଗରେ ଗତି କରୁଛି ।
ବାତ୍ୟା 'ବିପର୍ଯ୍ୟୟ'ଏବେ ଗୋଆ ଠାରୁ ପଶ୍ଚିମ-ଦକ୍ଷିଣପଶ୍ଚିମ ଦିଗରେ ୮୯୦ କିଲୋମିଟର ଦୂରରେ ରହିଥିବା ବେଳେ ମୁମ୍ବାଇ ଠାରୁ ଦକ୍ଷିଣ-ପଶ୍ଚିମରେ ୧୦୦୦ କିଲୋମିଟର ଦୂରରେ ରହିଛି । ଆଗାମୀ ୨୪ ଘଣ୍ଟାରେ ଅତି ଭୀଷଣ ବାତ୍ୟାର ରୂପ ନେବ 'ବିପର୍ଯ୍ୟୟ' ।

ଗତକାଲି ଆରବ ସାଗରରେ ସୃଷ୍ଟ ଏହି ଲଘୁଚାପ ବାତ୍ୟାରେ ପରିଣତ ହୋଇଛି । ସୃଷ୍ଟି ହୋଇଥିବା ଲଘୁଚାପଟି ଗତକାଲି ସକାଳେ ଅବପାତର ରୂପ ନେଇଥିଲା । କାଳକ୍ରମେ ଏହା ଘନୀଭୂତ ହୋଇ ୨୪ ଘଣ୍ଟାରେ ବାତ୍ୟାର ରୂପ ନେଇଛି । ହେଲେ ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ ତାହା ଏଯାଏଁ ସ୍ପଷ୍ଟ ହୋଇନି । ତେବେ ଏହି ବାତ୍ୟା 'ବିପର୍ଯ୍ୟୟ' ପରବର୍ତ୍ତୀ ୩ ଦିନ ଯାଏଁ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ । ପ୍ରଭାବରେ କେରଳ, କର୍ଣ୍ଣାଟକ, ଗୋଆ, ମହାରାଷ୍ଟ୍ର ଉପକୂଳ ଅଞ୍ଚଳରେ ପବନ ହେବ ।
ଏହି ବାତ୍ୟାର ନାମକରଣ ବାଂଲାଦେଶ କରିଛି । ଯାହାକୁ ଇଂରାଜୀରେ ଡିଜାଷ୍ଟର କୁହାଯାଏ । ତେବେ ଏହା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିଛି । ଏଥିପାଇଁ ଜୁନ୍ ୬ରୁ ୧୦ ତାରିଖ ଯାଏ ଦକ୍ଷିଣପଶ୍ଚିମ ଆରବ ସାଗର ଉପକୂଳ କେରଳ, କର୍ଣ୍ଣାଟକ ଓ ଗୋଆ ସହ ଲାକ୍ଷାଦ୍ୱୀପ, ମାଳଦ୍ୱୀପ ଏବଂ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରକୁ ମତ୍ସ୍ୟଜୀବୀଙ୍କ ପ୍ରବେଶ ବାରଣ କରାଯାଇଛି ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications