ଆସନ୍ତାକାଲି ଗୁଜୁରାଟ ଉପକୂଳ ଛୁଇଁପାରେ ବାତ୍ୟା ‘ବିପର୍ଯ୍ୟୟ’, ବ୍ୟାପକ କ୍ଷୟକ୍ଷତି ସମ୍ଭାବନା

ନୂଆଦିଲ୍ଲୀ: ଆସନ୍ତାକାଲି ଗୁଜରାଟ ଉପକୂଳ ଛୁଇଁପାରେ ବାତ୍ୟା ବିପର୍ଯ୍ୟୟ । ସାମୁଦ୍ରିକ ଝଡ଼ ବିପର୍ଯ୍ୟୟ ଘନିଭୂତ ହେବା ସହିତ ମହାବାତ୍ୟାର ରୂପ ନେଇଛି । ଏହା ସହିତ ଗୁଜରାଟ ଉପକୂଳରେ ଦେଇ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି । ତେବେ ଲ୍ୟାଣ୍ଡଫଲ ବେଳକୁ ଏହା ବ୍ୟାପକ କ୍ଷୟକ୍ଷତି ଘଟାଇବାର ଆଶଙ୍କା ରହିଛି ।

Cyclone Biparjoy

ସେତେବେଳେ ପବନର ଘଣ୍ଟାପ୍ରତି ବେଗ ୧୨୫ରୁ ୧୩୫ କିଲୋମିଟର ଏବଂ ବେଳେବେଳେ ୧୫୦ କିଲୋମିଟର ବେଗ ବହିବ ବୋଲି ପୂର୍ବାନୁମାନ କରାଯାଇଛି । ଏଥିଯୋଗୁଁ ବ୍ୟାପକ କ୍ଷୟକ୍ଷତି ଘଟାଇବାର ଆଶଙ୍କା ରହିଛି ବୋଲି ସତର୍କ କରିଦେଇଛି ଭାରତୀୟ ପାଣିପାଗ ବିଭାଗ ।

ବାତ୍ୟା ମୁକାବିଲା ନେଇ କେନ୍ଦ୍ର, ରାଜ୍ୟ, ନାଭି, କୋଷ୍ଟ ଗାର୍ଡଙ୍କୁ ନେଇ କଚ୍ଛରେ ବୈଠକ। ୮ ହଜାର ଲୋକ ଓ ଦେଢ଼ରୁ ୨ ଲକ୍ଷ ଗୃହପାଳିତ ପଶୁଙ୍କୁ ସ୍ଥାନାନ୍ତର କରାଯାଇଛି। ବାତ୍ୟା ପ୍ରଭାବରେ ଅଶାନ୍ତ କଚ୍ଛ ଅଞ୍ଚଳର ମାଣ୍ଡଭି ଉପକୂଳ, ନଭସାରୀ ଓ ଦ୍ୱାରକା ଅଞ୍ଚଳରେ ମଧ୍ୟ ଉଚ୍ଚ ଜୁଆର। ଏବେ ଗୁଜରାଟ ମୁହାଁ ହେଉଛି ବାତ୍ୟା ବିପର୍ଯ୍ୟୟ। ଆଗାମୀ ୨୪ ଘଣ୍ଟା ଭିତରେ ଆହୁରି ତ୍ରୀବ ରୂପ ନେବ। ଗୋଆ, କର୍ଣ୍ଣାଟକ ଏବଂ ମହାରାଷ୍ଟ୍ରରେ ଏହାର ପ୍ରଭାବ ପଡିବା ଆଶଙ୍କା ରହିଛି। ସମୁଦ୍ରକୁ ନଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି।

ତେଣେ ଗୁଜରାଟ ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ମଧ୍ୟ ବାତ୍ୟା ବିପତ୍ତିକୁ ଯଥାସମ୍ଭବ ହ୍ରାସ କରିବା ପାଇଁ ଆଗୁଆ ପ୍ରସ୍ତୁତିକୁ ଜୋରଦାର କରାଯାଇଛି । ପ୍ରାୟ ୩୭ହଜାର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଇଛି । ଉପକୂଳ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତିର ଆଶଙ୍କାକୁ ନେଇ ମୁକାବିଲା ପ୍ରସ୍ତୁତି ଜୋରଦାର କରାଯାଇଛି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଘନଘନ ସମୀକ୍ଷା କରାଯାଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+