ଲ୍ୟାଣ୍ଡଫଲ କରୁଛି ‘ବିପର୍ଯ୍ୟୟ'
ଅହମ୍ମଦାବାଦ : ସ୍ଥଳଭାଗ ଛୁଇଁବା ଆରମ୍ଭ କରିଛି ବାତ୍ୟା ବିପର୍ଯ୍ୟୟ । ଅତି ଭୀଷଣ ସାମୁଦ୍ରିକ ବାତ୍ୟା ବିପର୍ଯ୍ୟୟର ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଝଖାଉ ବନ୍ଦର ନିକଟରେ ଆରମ୍ଭ ହୋଇଛି । ଏହା ମଧ୍ୟରାତ୍ରି ପର୍ଯ୍ୟନ୍ତ ଚାଲିବ । ଏ ନେଇ ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ଡ. ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି ।

ଏହି ବାତ୍ୟାର ବାହ୍ୟ ଅଂଶ ସୌରାଷ୍ଟ୍ର ଅଂଚଳକୁ ଛୁଇଁଛି । ଲାଣ୍ଡଫଲ କଚ୍ଛ ଜିଲ୍ଲାର ଝଖାଉ ବନ୍ଦର ନିକଟରେ ହେଉଛି । ତେବେ ବାତ୍ୟାର କେନ୍ଦ୍ରସ୍ଥଳ ଏବେ ବି ଝଖାଉ ଠାରୁ ଦୂରରେ ରହିଛି । ଧୀରେ ଧୀରେ ଏହା ସ୍ଥଳଭାଗ ଆଡ଼କୁ ଅଗ୍ରସର ହେଉଛି । ଏହି ବାତ୍ୟା ପ୍ରଭାବରେ ଏବେ ଗୁଜରାଟର କଚ୍ଛ ଓ ସୌରାଷ୍ଟ୍ର ଅଞ୍ଚଳରେ ଘଣ୍ଟା ପ୍ରତି 120-125 କିଲୋମିଟର ବେଗରେ ପବନ ବହୁଛି ।
ଲାଣ୍ଡଫଲ୍ ପ୍ରକ୍ରିୟା ମଧ୍ୟରାତ୍ରି ପର୍ଯ୍ୟନ୍ତ ଚାଲିବ ଓ ଏହି ସମୟ ସବୁଠାରୁ ବିପଦପୂର୍ଣ୍ଣ ରହିବ । ଏଣୁ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି । ଲାଣ୍ଡଫଲ୍ ପରେ ଏହି ବାତ୍ୟା ଧୀରେ ଧୀରେ ଦୂର୍ବଳ ହୋଇଯିବ । ଶୁକ୍ରବାର ସୁଦ୍ଧା ଏହାର ପ୍ରଭାବ ବିଶେଷ ରହିବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି ।
ବାତ୍ୟାକୁ ନେଇ ପ୍ରଶାସନ ସଜାଗ ରହିଥିବା ବେଳେ ଉପକୂଳ ଅଞ୍ଚଳରୁ ପ୍ରାୟ 1 ଲକ୍ଷ ଲୋକଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି । ଗୁଜରାଟର କାଲୋଲ, ଗାନ୍ଧୀନଗରରେ ପ୍ରବଳ ବର୍ଷା ସହ ପବନ ହେଉଥିବା ବେଳେ ବାତ୍ୟା 'ବିପର୍ଯ୍ୟୟ' ପାଇଁ ରେଡ୍ ଆଲର୍ଟ ଜାରି କରାଯାଇଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ











Click it and Unblock the Notifications