ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ଫେଙ୍ଗଲ, ତାମିଲନାଡୁ-ପୁଡୁଚେରୀ ମଝିରେ ଲ୍ୟାଣ୍ଡଫଲ୍ କରିପାରେ ବୋଲି ସୂଚନା

ଆଜି ଲ୍ୟାଣ୍ଡଫଲ୍‌ କରିବ ବାତ୍ୟା ଫେଙ୍ଗଲ। ତାମିଲନାଡୁ-ପୁଡୁଚେରୀ ମଝିରେ ଲ୍ୟାଣ୍ଡଫଲ୍ କରିବା ଏହି ସାଇକ୍ଲୋନ। ଏବେ ଘଣ୍ଟାପ୍ରତି ୭ କିମି ବେଗରେ ଉପକୂଳ ମୁହାଁ ହୋଇଛି। ବାତ୍ୟା ପ୍ରଭାବରେ ପୁଡୁଚେରୀରେ ବର୍ଷା ପବନ ଆରମ୍ଭ ହୋଇଛି । ସାଇକ୍ଲୋନ୍ ଫେଙ୍ଗଲ ଏବେ ଚେନ୍ନାଇଠାରୁ ୨୫୦ କିମି ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ରହିଛି। ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବ।

Cyclone Fengal

ଆଜି ଅପରାହ୍ଣ ସୁଦ୍ଧା ଉତ୍ତର ତାମିଲନାଡ଼ୁ ଓ ପୁଡୁଚେରୀ ମଧ୍ୟରେ କରାଇକାଲ-ମହାମବଳିପୁରମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି। ଏତିକି ବେଳେ ପବନର ଘଣ୍ଟା ପ୍ରତି ବେଗ ୭୦ରୁ ୮୦ କିମି ରହିବ। ସ୍ଥଳ ବିଶେଷରେ ଏହା ବଢି ୯୦ କିମି ଛୁଇଁପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

ବାତ୍ୟାକୁ ଦୃଷ୍ଟିରେ ରଖି ତାମିଲନାଡୁରେ ହାଇଆଲର୍ଟ ଜାରି କରାଯାଇଛି। ପ୍ରଶାସନ ପକ୍ଷରୁ ତାମିଲନାଡୁ ଓ ପୁଡୁଚେରୀରେ ସମସ୍ତ ସ୍କୁଲ କଲେଜ ବନ୍ଦ ରଖଯାଇଛି। ସେହିପରି ଲୋକଙ୍କୁ ଘରୁ ନ ବାହାରିବାକୁ ପରାମର୍ଶ ଦିଆଯାଇଛି। ବାତ୍ୟା ପ୍ରଭାବ ଯୋଗୁ ଚେନ୍ନାଇରେ ପ୍ରବଳ ବର୍ଷା ଜାରି ରହିଛି। ପାଣିପାଗ ବିଭାଗ ଚେଙ୍ଗଲପଟ୍ଟୁ, ବିଲ୍ଲୁପୁରମ୍‌, କୁଡ୍ଡାଲୋର୍‌ ଓ ପୁଡୁଚୋରୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ରେଡ୍‌ ଆଲର୍ଟ ଜାରି କରାଯାଇଛି।

ତେବେ ଓଡ଼ିଶା ଉପରେ ଏହି ବାତ୍ୟାର ସିଧାସଳଖ ପ୍ରଭାବ ପଡ଼ିନଥିଲେ ମଧ୍ୟ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା ହୋଇଛି। ଆଜି ଉପକୂଳ ଓଡ଼ିଶା ସମେତ ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର , ମୟୁରଭଞ୍ଜ ଜିଲ୍ଲାଗୁଡ଼ିକରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+