ସମ୍ଭାବ୍ୟ ବାତ୍ୟା ‘ଜୱାଦ’କୁ ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ
ସମ୍ଭାବ୍ୟ ବାତ୍ୟା ଜୱାଦର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ଓ ବାତ୍ୟା ମୁକାବିଲା ସଂପର୍କରେ ଆଲୋଚନା କରିଛନ୍ତି ।
ନୂଆଦିଲ୍ଲୀ: ସମ୍ଭାବ୍ୟ ବାତ୍ୟା ଜୱାଦର ସମୀକ୍ଷା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବାତ୍ୟା ଓ ବାତ୍ୟା ମୁକାବିଲା ସଂପର୍କରେ ଆଲୋଚନା କରିଛନ୍ତି । ଏହି ହାଇ ପ୍ରୋଫାଇଲ ବୈଠକରେ ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସହ ବରିଷ୍ଠ ଅଧିକାରୀ ସାମିଲ ହୋଇ ବାତ୍ୟାର ସ୍ଥିତି ଓ ପ୍ରଭାବ ନେଇ ପ୍ରଧାନମନ୍ତ୍ରୀଙ୍କୁ ଅବଗତ କରାଇଥିଲେ ।

ତେବେ ସମ୍ଭାବ୍ୟ ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ, କେତେ ପ୍ରଭାବ ପକାଇବ, କେଉଁ କେଉଁ ରାଜ୍ୟ ଏହା ଦ୍ୱାରା ପ୍ରଭାବିତ ହେବ ସେ ନେଇ ପ୍ରଧାନମନ୍ତ୍ରୀଙ୍କୁ ବୁଝାଇଛନ୍ତି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେହିପରି ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ନେଇ ଏନଡିଆରଏଫ ଡିଜିଙ୍କଠାରୁ ପଚାରି ବୁଝିଛନ୍ତି ପ୍ରଧାନମନ୍ତ୍ରୀ । ଏଥିସହ କିଭଳି କ୍ଷତିର ପରିମାଣ କମ୍ ହେବ , ବାତ୍ୟା ପୂର୍ବରୁ ଓ ପରେ ଉଦ୍ଧାର କାର୍ଯ୍ୟକୁ ତ୍ୱରିତ ଢ଼ଙ୍ଗରେ କରି ହେବ ସେଥିପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ବୈଠକରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।
ବୈଠକରେ ଯୋଗ ଦେବା ପରେ ଗଣମାଧ୍ୟମକୁ ସୂଚନା ଦେଇ IMD ଡିଜି କହିଛନ୍ତି, ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକାଳେ ୱେଲ୍-ମାର୍କଡ ଲୋ-ପ୍ରେସରରେ ପରିଣତ ହୋଇଛି। ଆସନ୍ତା ୧୨ ଘଣ୍ଟାରେ ଏହା ଡିପ୍ରେସନର ରୂପ ନେଇପାରେ। ଉତ୍ତର-ପଶ୍ଚିମ ଦିଗରେ ଗତି କରି ୪ ତାରିଖରେ ଉତ୍ତର- ଆନ୍ଧ୍ର, ଦକ୍ଷିଣ -ଓଡ଼ିଶା ନିକଟ ସମୁଦ୍ରରେ ଏହା କେନ୍ଦ୍ରୀଭୂତ ହେବ । ଏହାପରେ ଏହା ଦିଗ ପରିବର୍ତ୍ତନ କରିବ। ତେବେ ଏହା କେଉଁଆଡ଼େ ମୁହାଁଇବ ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନି। ଡିପ୍ରେସନରେ ପରିଣତ ହେବା ପରେ ଏ ସମ୍ପର୍କରେ ସ୍ପଷ୍ଟ ସୂଚନା ମିଳିବ।
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications