ଭୟଙ୍କର ହୋଇ ମାଡ଼ି ଆସୁଅଛି ବାତ୍ୟା ମନ୍ଥା; ୩ ରାଜ୍ୟକୁ ସତର୍କ ସୂଚନା ଜାରି

ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ହୋଇଥିବା ଗଭୀର ଅବପାତ ଆହୁରି ଦୃଢ ହେଉଛି । ଆଜି ସକାଳେ ଏହା ବାତ୍ୟାରେ ପରିଣତ ହୋଇ ତାଣ୍ଡବ ରଚିବାକୁ ମାଡି ଆସୁଛି । ବାତ୍ୟା ସ୍ଥଳଭାଗ ଛୁଇଁବା ସ୍ଥାନ ବିଶାଖାପାଟଣାରୁ ଏହା ୮୩୦କିଲୋମିଟର ପୂର୍ବରେ ରହିଛି । ବାତ୍ୟା ଦକ୍ଷିଣ ଭାରତର ଉପକୂଳ ମୁହାଁ ହୋଇଥିବା ବେଳେ ଗୁଜୁରାଟ ନିକଟରେ ଏହା ବାଙ୍କି ପାରେ । ତେଣୁ ଆଗାମି ୨୪ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟର ଉପକୂଳ ଜିଲାଗୁଡିକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି । ଆନ୍ଧ୍ରପ୍ରଦେଶ, ଓଡ଼ିଶା ଏବଂ ତାମିଲନାଡୁ ରାଜ୍ୟକୁ ରେଡ ଆଲର୍ଟ ଜାରି କରିଛି ଆଇଏମଡି । କର୍ଣ୍ଣାଟକ, କେରଳ, ତେଲେଙ୍ଗାନା, ମଧ୍ୟପ୍ରଦେଶଳ ଛତିଶଗଡ, ଝାଡଖଣ୍ଡ, ବିହାର, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ । ଗତ ତିନି ଘଣ୍ଟାରେ ମନ୍ଥା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ୧୬ କିମି ବେଗରେ ଗତି କରିଛି ।

Cyclone Mantha

ସମ୍ଭାବ୍ୟ ବାତ୍ୟା ପ୍ରଭାବରେସୋମବାରଠାରୁଓଡ଼ିଶାର ପାଗରେ ପରିବର୍ତ୍ତନ ଆସିବ। ୨୮ ତାରିଖ ସକାଳ ସାଢ଼େ ୮ଟାରୁ ୨୯ ତାରିଖ ସକାଳ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, ମାଲକାନଗିରି ଓ କୋରାପୁଟ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହୋଇପାରେ। ଏଥିସହ ପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ (ଲାଲ୍‌ ଚେତାବନୀ) ଦିଆଯାଇଛି। ଏହି ସମୟ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟାପ୍ରତି ୫୦ରୁ ୭୦ କିମି ବେଗରେ ପବନ ସହ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପରବର୍ତ୍ତୀ ୨୪ ଘଣ୍ଟାରେ ରାୟଗଡ଼ା, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟାପ୍ରତି ୬୦ରୁ ୮୦ କିମି ବେଗରେ ପବନ ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ ଦିଆଯାଇଛି। ଏଥିସହ ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସହ ଘଣ୍ଟା ପ୍ରତି ୫୦ରୁ ୭୦ କିମି ବେଗରେ ପବନ ହୋଇପାରେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+