ଲଘୁଚାପରେ ପରିଣତ ହେଲା ଘୁର୍ଣ୍ଣିବଳୟ, ୨୭ବେଳକୁ ....
ବଙ୍ଗୋପସାଗରରେ ମଲାକ୍କା ପ୍ରଣାଳୀ ଏବଂ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଉପରେ ଏକ ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ଏକ ସୁଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।
ଆସନ୍ତା ୨୪ ତାରିଖ ବେଳକୁ ଏହା ଆହୁରି ଘନୀଭୂତ ହୋଇ ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏହାର ପ୍ରଭାବରେ ଆଣ୍ଡାମାନ, ନିକୋବର ଦୀପପୁଞ୍ଜରେ ବର୍ଷା ଆରମ୍ଭ ହୋଇଗଲାଣି ।

୨୭ବେଳକୁ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ବର୍ଷା ସମ୍ଭାବନା ରହିଛି । ବିଶେଷ କରି ଦକ୍ଷିଣଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବଡ ବର୍ଷା ଭୟ ରହିଛି । ଏବେଠାରୁ ଏ ସଂକ୍ରାନ୍ତରେ ସତର୍କ କରିଛନ୍ତି ପାଣିପାଗ ବିଜ୍ଞାନୀ । ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ଏଣୁ ସମୁଦ୍ର ଭିତରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।












Click it and Unblock the Notifications