ଚିନ୍ତା ବଢାଇଲା କରୋନା ସଂକ୍ରମଣ ଓ ମୃତ୍ୟୁ ସଂଖ୍ୟା : ଗତ 24 ଘଣ୍ଟାରେ 20139 ରୋଗୀ ଚିହ୍ନଟ, 38 ମୃତ
କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 139 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 482 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : ଗତ କିଛି ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇବାରେ ଲାଗିଛି । ସଂକ୍ରମଣ ଏତେ ବୃଦ୍ଧି ପାଇଛି ଯେ ବର୍ତ୍ତମାନ ଏହା 20 ହଜାର ଅତିକ୍ରମ କରିଛି । ଏପରିକି ମୃତ୍ୟୁ ସଂଖ୍ୟାରେ ମଧ୍ୟ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏବେ ଏକ ଲକ୍ଷ 36 ହଜାର ଅତିକ୍ରମ କରିଛି, ଯାହାକି ଚିନ୍ତାର ବିଷୟ ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 139 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 16 ହଜାର 482 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 36 ହଜାର 076 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି 38 ଜଣ ରୋଗୀ ପ୍ରାଣ ହରାଇଛନ୍ତି ।
ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 36 ଲକ୍ଷ 89 ହଜାର 989 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 30 ଲକ୍ଷ 28 ହଜାର 356 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 557 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।
କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 199 କୋଟି 27 ଲକ୍ଷ 27 ହଜାର 559 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 13 ଲକ୍ଷ 44 ହଜାର 714 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications