11 ହଜାରକୁ ହ୍ରାସ ପାଇଲା କରୋନା ମାମଲା, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 43 ରୋଗୀ
ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 11 ହଜାର 539 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 12 ହଜାର 783 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ନୂଆଦିଲ୍ଲୀ : କରୋନା ଦୈନିକ ମାମଲାରେ କିଛି ଦିନ ହ୍ରାସ ପରେ ଏଥିରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଥିଲା । କିନ୍ତୁ ଗତକାଲି ଏଥିରେ ସାମାନ୍ୟ ହ୍ରାସ ହୋଇ ବର୍ତ୍ତମାନ ଏହା 11 ହଜାର ପରେ ରହିଛି । ସକ୍ରିୟ ମାମଲା ଏକ ଲକ୍ଷ ତଳକୁ ଖସିଛି । ଏପରିକି କରୋନାଜନିତ ମୃତ୍ୟୁ ମଧ୍ୟ ଚିନ୍ତାର କାରଣ ପାଲଟିଛି ।

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 11 ହଜାର 539 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 12 ହଜାର 783 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 99 ହଜାର 879 କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 43 ରେକର୍ଡ ହୋଇଛି ।
ଏହା ପରେ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 43 ଲକ୍ଷ 39 ହଜାର 429 କୁ ବୃଦ୍ଧି ପାଇଥିବା ସହ ମୋଟ ସୁସ୍ଥ ହୋଇଥିବା ଲୋକଙ୍କ ସଂଖ୍ୟା 4 କୋଟି 37 ଲକ୍ଷ 12 ହଜାର 218 ରେ ପହଞ୍ଚିଛି । ସେହିପରି କରୋନା କାରଣରୁ ଏଯାବତ୍ ଦେଶରେ ମୋଟ 5 ଲକ୍ଷ 27 ହଜାର 332 ଆକ୍ରାନ୍ତ ପ୍ରାଣ ହରାଇଛନ୍ତି ।
ଏଥି ସହିତ କରୋନା ବିରୋଧରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 209 କୋଟି 67 ଲକ୍ଷ 06 ହଜାର 895 ଡୋଜ୍ ଟିକା ଦିଆଯାଇଛି । ଗତକାଲି ମୋଟ 26 ଲକ୍ଷ 58 ହଜାର 755 ଡୋଜ୍ ଟିକା ଦିଆଯାଇଛି ।












Click it and Unblock the Notifications