ଡରାଉଛି କରୋନାଜନିତ ମୃତ୍ୟୁ ସଂଖ୍ୟା, ଗତ 24 ଘଣ୍ଟାରେ ପ୍ରାଣ ହରାଇଲେ 40 ରୋଗୀ, ଚିହ୍ନଟ ହେଲେ 20557 ଆକ୍ରାନ୍ତ

ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 557 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 517 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ନୂଆଦିଲ୍ଲୀ : ଗତ ଦୁଇ ଦିନ ହେବ ଦୈନିକ କରୋନା ସଂକ୍ରମଣ ମାମଲାରେ ସାମାନ୍ୟ ହ୍ରାସ ପରେ ଗତକାଲି ଏଥିରେ ପୁଣି ବୃଦ୍ଧି ପରିଲକ୍ଷିତ ହୋଇଛି । ଏପରିକି କରୋନାଜନିତ ମୃତ୍ୟୁ ସଂଖ୍ୟାରେ ଅହେତୁକ ବୃଦ୍ଧି ହୋଇଛି । ଅପରପକ୍ଷରେ ସକ୍ରିୟ ମାମଲା ଏକ ଲକ୍ଷ 43 ହଜାର ପରେ ରହିଛି । ମୃତ୍ୟୁ ସଂଖ୍ୟାରେ ହଠାତ୍ ବୃଦ୍ଧି ବିଶେଷଜ୍ଞଙ୍କ ଚିନ୍ତା ବଢାଇ ଦେଇଛି ।

CoronaVirus

ବଢୁଥିବା ଦୈନିକ କରୋନା ମାମଲା ମଧ୍ୟରେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଜାରି କରିଥିବା ସୂଚନା ଅନୁସାରେ ଗତ 24 ଘଣ୍ଚା ମଧ୍ୟରେ ସାରା ଦେଶରେ ମୋଟ 20 ହଜାର 557 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅପରପକ୍ଷରେ ଏହି ସମୟରେ 18 ହଜାର 517 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ବର୍ତ୍ତମାନ ଦେଶରେ ମୋଟ 1 ଲକ୍ଷ 43 ହଜାର 091 ଜଣ କରୋନା ସକ୍ରିୟ ରୋଗୀ ଅଛନ୍ତି । ଏହି ସମୟ ମଧ୍ୟରେ ଗତକାଲି କରୋନାଜନିତ ମୃତ୍ୟୁ ସଂଖ୍ୟା 40 ରେକର୍ଡ ହୋଇଛି ।

ଗତ 24 ଘଣ୍ଟାରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ପରେ ସାରା ଦେଶରେ ଏଯାବତ୍ ମୋଟ ସଂକ୍ରମିତଙ୍କ ସଂଖ୍ୟା 4 କୋଟି 38 ଲକ୍ଷ 03 ହଜାର 619 ରେ ପହଞ୍ଚିଛି । ସେହିପରି ସୁସ୍ଥ ହୋଇଥିବା ରୋଗୀଙ୍କୁ ମିଶାଇ ଦେଶରେ ମୋଟ 4 କୋଟି 31 ଲକ୍ଷ 32 ହଜାର 140 ଜଣ ରୋଗୀ ସୁସ୍ଥ ହୋଇସାରିଛନ୍ତି । ଏପରିକି ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ 5 ଲକ୍ଷ 25 ହଜାର 825 ଜଣ କରୋନା ରୋଗୀଙ୍କ ମୃତ୍ୟୁ ହୋଇଛି ।

କରୋନା ବିରୁଦ୍ଧରେ ଦେଶରେ ଚାଲିଥିବା ଟୀକାକରଣ ଅଭିଯାନରେ ଏଯାବତ୍ ମୋଟ 200 କୋଟି 61 ଲକ୍ଷ 24 ହଜାର 684 ଡୋଜ୍ ଟିକା ଦିଆଯାଇଛି । ସେଥି ମଧ୍ୟରୁ ଗତକାଲି 20 ଲକ୍ଷ 04 ହଜାର 797 ଡୋଜ୍ ଟିକା ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+