Get Updates
Get notified of breaking news, exclusive insights, and must-see stories!

ବିଜୁ ଜୟନ୍ତୀକୁ ‘କିମ୍ବଦନ୍ତୀ ଭାରତୀୟ ପାଇଲଟ୍‌ ଦିବସ’ ଭାବେ ପାଳନ କରିବ ଦିଲ୍ଲୀ ଫ୍ଲାଇଙ୍ଗ୍‌ କ୍ଲବ୍‌

ଦେଶର ବିମାନ ଚାଳନା କ୍ଷେତ୍ରରେ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣୀୟ କରିବା ପାଇଁ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପ୍ରତି ବର୍ଷ ତାଙ୍କ ଜନ୍ମ ଦିନକୁ କିମ୍ବଦନ୍ତୀ ଭାରତୀୟ ପାଇଲଟ ଦିବସ ଭାବରେ ପାଳନ କରିବ ଏବଂ ଦେଶର ଜଣେ ଦକ୍ଷ ପାଇଲଟଙ୍କୁ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନ

ନୂଆଦିଲ୍ଲୀ: ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୫ତମ ଜୟନ୍ତୀ ପାଳନ କରାଯାଇଛି । ଦେଶର ବିମାନ ଚାଳନା କ୍ଷେତ୍ରରେ ବିଜୁ ବାବୁଙ୍କ ଅବଦାନକୁ ସ୍ମରଣୀୟ କରିବା ପାଇଁ ଦିଲ୍ଲୀ ଫ୍ଲାଇଙ୍ଗ କ୍ଲବ ପ୍ରତି ବର୍ଷ ତାଙ୍କ ଜନ୍ମ ଦିନକୁ କିମ୍ବଦନ୍ତୀ ଭାରତୀୟ ପାଇଲଟ ଦିବସ ଭାବରେ ପାଳନ କରିବ ଏବଂ ଦେଶର ଜଣେ ଦକ୍ଷ ପାଇଲଟଙ୍କୁ ସମ୍ମାନିତ କରିବା ପାଇଁ ନିଷ୍ପତ୍ତି ନେଇଛି । କ୍ଲବର ସଭାପତି ଡଃ ବି.ବି.ଏଲ୍‌ ମଧୁକର ବିଜୁ ଜୟନ୍ତୀ ସମାରୋହ ଅବସରରେ ଏହା କହିଛନ୍ତି ।

ଜଣେ ଦୁର୍ଦ୍ଦଶ ପାଇଲଟ ଭାବରେ ବିଜୁ ବାବୁ ଦେଶ ବିଦେଶରେ ସୁପରିଚିତ । ଇଣ୍ଡୋନେସିଆର ସ୍ୱାଧିନତା ସଂଗ୍ରାମ ହେଉ ବା ଜାମ୍ମୁ କାଶ୍ମୀରରେ ପାକିସ୍ତାନୀ ସୈନ୍ୟଙ୍କ ଆକ୍ରମଣ । ସବୁ କ୍ଷେତ୍ରରେ ସେ ତାଙ୍କର ଅସାମାନ୍ୟ ଦକ୍ଷତା ଓ ଅସୀମ ସାହସର ପରିଚୟ ଦେଇଯାଇଛନ୍ତି ।

Delhi Flying Club

ଏହି ଅବସରରେ ଆୟୋଜିତ ଏକ ସମାରୋହ ପାଇଁ ଏକ ଭିଡିଓ ବାର୍ତ୍ତାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଦିଲ୍ଲୀ ଫ୍ଲାଇଙ୍ଗ୍‌ କ୍ଲବ୍‌ରେ ବିଜୁ ବାବୁଙ୍କ ପ୍ରଶିକ୍ଷଣ ଦେଶର ବିମାନ ଚାଳନା କ୍ଷେତ୍ରରେ ଏକ ନୂଆ ଇତିହାସ ସୃଷ୍ଟି କରିଥିଲା । ତାଙ୍କର ବିମାନ ଉଡାଣର କାହାଣୀ ଆଜି କିମ୍ବଦନ୍ତୀ ହୋଇ ଘରେ ଘରେ ତାଙ୍କ ସାହାସିକତା ଓ ଦେଶଭକ୍ତିର କଥା ବର୍ଣ୍ଣନା କରୁଛି ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବିମାନ ଚାଳନା ପାଇଁ ପ୍ରବଳ ଆଗ୍ରହ ଯୋଗୁଁ ବିଜୁ ବାବୁ ୧୯୩୦ ଦଶକର ପ୍ରାରମ୍ଭରେ ଦିଲ୍ଲୀ ଫ୍ଲାଇଙ୍ଗ୍‌ କ୍ଲବରେ ବିମାନ ଚାଳନା ପାଇଁ ପ୍ରଶିକ୍ଷଣ ଆରମ୍ଭ କରିଥିଲେ ଏବଂ ଏହି ଠାରୁ ହିଁ ଆରମ୍ଭ ହୋଇଥିଲା ତାଙ୍କର ଗୌରବମୟ ଯାତ୍ରା । ଇଗଲ୍‌ ପରି ଉଚ୍ଚ ଆକାଶରେ ଉଡିବା ଏବଂ ଝଡ ସହ ଲଢିବା ତାଙ୍କର ନିଶା । ଆଉ ତାଙ୍କର ସେହି ସ୍ୱପ୍ନକୁ ପୂରଣ କରିଥିଲା ଦିଲ୍ଲୀ ଫ୍ଲାଇଙ୍ଗ୍‌ କ୍ଲବ୍‌ । ସେ ବୋଧହୁଏ ଏକମାତ୍ର ସଂଗ୍ରାମୀ ଯିଏ କି ତିନୋଟି ଦେଶର ସ୍ୱାଧୀନତା ସଂଗ୍ରାମରେ ଭାଗ ନେଇଥିଲେ । କେବଳ ଭାରତ ନୁହେଁ, ଇଣ୍ଡୋନେସିଆ ଓ ରୁଷିଆର ସ୍ୱାଧୀନତା ସଂଗ୍ରାମରେ ମଧ୍ୟ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ । ଭାରତରେ ଜୟପ୍ରକାଶ ନାରାୟଣ ଓ ଅରୁଣା ଆସଫ୍‌ ଅଲ୍ଲୀଙ୍କ ପରି ନେତୃବୃନ୍ଦଙ୍କୁ ବିମାନ ଯୋଗେ ବିଭିନ୍ନ ସ୍ଥାନକୁ ନେଇ ବ୍ରିଟିଶ୍‌ କର୍ତ୍ତୃପକ୍ଷଙ୍କ ନଜରରୁ ବଞ୍ଚାଇଥିଲେ । ଏଥିପାଇଁ ସେ ବ୍ରିଟିଶ୍‌ ସରକାରଙ୍କ ଆକ୍ରୋଶର ଶିକାର ହୋଇ ଜେଲ୍‌ ମଧ୍ୟ ଯାଇଥିଲେ । ଇଣ୍ଡୋନେସିଆର ସ୍ୱାଧୀନତା ସଂଗ୍ରାମରେ ତାଙ୍କ ଭୂମିକା ବିଶ୍ୱବିଦିତ । ଏହାସହିତ ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ସେ ରୁଷିଆର ରେଡ୍‌ ଆର୍ମିକୁ ମଧ୍ୟ ସହାୟତା ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+