ଆଜି ବର୍ଷର ସବୁଠାରୁ ଛୋଟ ଦିନ: ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ

ଆଜି ସବୁଠାରୁ ଛୋଟ ଦିନ, ରାତି ହେବ ଲମ୍ବା। ଭୁବନେଶ୍ୱରରେ ଦିନର ଲମ୍ବ ପ୍ରାୟ ୧୦ ଘଣ୍ଟା ୫୪ ମିନିଟ୍ ୨୪ ସେକେଣ୍ଡ ରହିବ। ଆଉ ଦୀର୍ଘତମ ରାତିପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ୩୬ ସେକେଣ୍ଡ ହେବ । ଏନେଇ ସୂଚନା ଦେଇଛନ୍ତି ମହାକାଶ ବିଜ୍ଞାନୀ ଡକ୍ଟର ଶୁଭେନ୍ଦୁ ପଟ୍ଟନାୟକ ।

ପ୍ରାୟତଃ ଭୁବନେଶ୍ୱରରେ ଡିସେମ୍ବର ୧୫ରୁ ୨୭ ତାରିଖ ଯାଏ ପ୍ରାୟ ୧୨ ଦିନ ଧରି ଦିନର ଲମ୍ବ ୧୦ ଘଣ୍ଟା ୫୪ ମିନିଟ୍ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ୍ ହୋଇଥାଏ।

December 21st - Shortest Day

ଆଜି ସୁନ୍ଦରଗଡ଼ରେ ଦିନ ୧୦ ଘଣ୍ଟା ୪୭ ମିନିଟ୍ ଓ ମାଲକାନଗିରିରେ ଦିନର ଲମ୍ବା ୧୧ ଘଣ୍ଟା ୦୧ ମିନିଟ୍ ରହିବ। ସେହିପରି ଦିଲ୍ଲୀ ଓ କନ୍ୟାକୁମାରୀରେ ଦିନର ଲମ୍ବା ଯଥାକ୍ରମେ ୧୦ ଘଣ୍ଟା ୧୯ ମିନିଟ୍ ଓ ୧୧ ଘଣ୍ଟା ୩୯ ମିନିଟ୍ ହେବ। ପ୍ରତିବର୍ଷ ଡିସେମ୍ୱର ୨୨ରୁ ସୂର୍ଯ୍ୟଙ୍କର ଉତ୍ତରାୟଣ ଗତି ହୋଇଥାଏ।

ଜ୍ୟୋତିର୍ବିଜ୍ଞାନୀଙ୍କ ମତରେ ପ୍ରତିବର୍ଷ ଡିସେମ୍ବର ୨୧ କିମ୍ବା ୨୨ରେ ଉତ୍ତର ଗୋଲାର୍ଦ୍ଧରେ ଶୀତଋତୁର ପ୍ରଥମ ଦିନ ଆରମ୍ଭ ହୋଇଥାଏ ଏବଂ ଏହା ବର୍ଷର ସବୁଠାରୁ ଛୋଟ ଦିନ ହୋଇଥାଏ। ଧୀରେ ଧୀରେ ଦିନଗୁଡ଼ିକ ଅଧିକରୁ ଅଧିକ ଲମ୍ବା ହୁଏ ବା ଦିନର ଲମ୍ବ ବଡ ହେବାକୁ ଆରମ୍ଭ ହୁଏ। ତେଣୁ ଡିସେମ୍ବର ୨୫କୁ 'ବଡଦିନ' ରୂପେ ପାଳନ କରାଯାଏ। ମାର୍ଚ୍ଚ ୨୨ କିମ୍ବା ୨୩ ତାରିଖ ବେଳକୁ ଦିନ ଓ ରାତିର ଅବଧି ପାଖାପାଖି ସମାନ ହୁଏ। ଜୁନ ୨୧ କିମ୍ବା ୨୨ ତାରିଖରେ ଉତ୍ତର ଗୋଲାର୍ଦ୍ଧରେ ସବୁଠାରୁ ବଡ଼ ଦିନ ହୋଇଥାଏ। ମେରୁ ନିକଟବର୍ତ୍ତୀ ସ୍ଥାନଗୁଡ଼ିକରେ ବର୍ଷସାରା ଦିନର ଦୈର୍ଘ୍ୟରେ ବଡ଼ ପାର୍ଥକ୍ୟ ଅନୁଭୂତ ହୁଏ। ସେଠାରେ ଶୀତଋତୁରେ ଦିନଗୁଡ଼ିକ ଅତ୍ୟନ୍ତ ଛୋଟ ହୁଏ। ପ୍ରତ୍ୟେକ ବର୍ଷ ଜୁନ ୨୧ରେ ସୂର୍ଯ୍ୟ ଉତ୍ତର ଗୋଲାର୍ଦ୍ଧର ୨୩.୫ ଡିଗ୍ରୀରେ ଥିବା କର୍କଟକ୍ରାନ୍ତିଠାରୁ ଧୀରେଧୀରେ ଦକ୍ଷିଣ ଦିଗକୁ ଗତି କରିଥାଏ, ଯାହାକୁ ଆମେ ସୂର୍ଯ୍ୟର ଦକ୍ଷିଣାୟନ ଗତି କହିଥାଉ। ଏହିପରି ଦକ୍ଷିଣ ଦିଗକୁ ଢଳିଢଳି ୨୨ ଡିସେମ୍ବର ବେଳକୁ ସୂର୍ଯ୍ୟ ବିଷୁବ ରେଖାଠାରୁ ୨୩.୫ ଡିଗ୍ରୀ ଦକ୍ଷିଣରେ ଥିବା ମକର କ୍ରାନ୍ତିରେ ପହଞ୍ଚତ୍ଥାଏ। ଫଳରେ ବର୍ଷର ବିଭିନ୍ନ ସମୟରେ ଦିନ ଓ ରାତିର ଅବଧିରେ ତାରତମ୍ୟ ହୋଇଥାଏ ବୋଲି ଡ. ପଟ୍ଟନାୟକ ସୂଚନା ଦେଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+