Astra Beyond Visual Range Air-to-Air missile: ‘ଅସ୍ତ୍ର’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ପ୍ରତିରକ୍ଷା ଗବେଷଣା ଓ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ବାୟୁସେନା (ଆଇଏଏଫ)ର ମିଳିତ ଉଦ୍ୟମରେ ଆଜି ଦୃଶ୍ୟମାନ ପରିଧି ଠାରୁ ବାହାରେ ଆକାଶମାର୍ଗରୁ ଆକାଶମାର୍ଗକୁ ଲକ୍ଷ୍ୟ ଭେଦ କରିପାରୁଥିବା (ବିଭିଆରଏଏଏମ) 'ଅସ୍ତ୍ର' କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରାଯାଇଛି।

ଏହି କ୍ଷେପଣାସ୍ତ୍ରରେ ସ୍ୱଦେଶୀ ଭାବେ ନିର୍ମିତ ରେଡିଓ ଫ୍ରିକ୍ୱେନ୍ସି ସିକର୍‌ ଲାଗିଛି। ଓଡ଼ିଶା ଉପକୂଳ ଚାନ୍ଦିପୁରଠାରେ ସୁ-୩୦ ଏମକେ-ଆଇ ଯୁଦ୍ଧ ବିମାନରେ ଏହି କ୍ଷେପଣାସ୍ତ୍ରର ବିମାନ ପରୀକ୍ଷଣ କରାଯାଇଥିଲା। ପରୀକ୍ଷଣ ସମୟରେ ଭିନ୍ନ ଭିନ୍ନ ସ୍ତର, ଦିଗ, ଉତକ୍ଷେପଣ ପରିସ୍ଥିତିରେ ଥିବା ଦୁଇଟି ମାନବବିହୀନ ଆକାଶମାର୍ଗ ଲକ୍ଷ୍ୟକୁ ଭେଦ କରିବା ଲାଗି ଦୁଇଟି କ୍ଷେପଣାସ୍ତ୍ରକୁ ପ୍ରୟୋଗ କରାଯାଇଥିଲା। ଉଭୟ କ୍ଷେତ୍ରରେ, କ୍ଷେପଣାସ୍ତ୍ରଗୁଡ଼ିକ ସମ୍ପୂର୍ଣ୍ଣ ସଠିକ ଭାବେ ଲକ୍ଷ୍ୟଗୁଡ଼ିକୁ ଧ୍ୱଂସ କରିଥିଲା।

ପରୀକ୍ଷଣ ସମୟରେ, ସମସ୍ତ ଉପ-ପ୍ରଣାଳୀ ଆଶା ଅନୁଯାୟୀ କାର୍ଯ୍ୟ କରିଥିଲା। ଏଥିରେ ଡିଆରଡିଓ ଦ୍ୱାରା ସ୍ୱଦେଶୀ ଭାବରେ ଡିଜାଇନ୍ ଏବଂ ବିକଶିତ କରାଯାଇଥିବା ରେଡିଓ ଫ୍ରିକୁଏନ୍ସି ସିକର୍ ମଧ୍ୟ ଅନ୍ତର୍ଭୁକ୍ତ। ଚାନ୍ଦିପୁରର ସମନ୍ୱିତ ପରୀକ୍ଷଣ ରେଞ୍ଜ ଟ୍ରାକିଂ ଉପକରଣ ଦ୍ୱାରା କଏଦ ହୋଇଥିବା ଉଡ଼ାଣ ତଥ୍ୟ ମାଧ୍ୟମରେ 'ଅସ୍ତ୍ର' ଯୁଦ୍ଧାସ୍ତ୍ର ପ୍ରଣାଳୀର ତ୍ରୁଟିହୀନ କାର୍ଯ୍ୟଦକ୍ଷତାକୁ ଯାଞ୍ଚ କରାଯାଇଥିଲା। ଏହି ସଫଳ ଉଡ଼ାଣ ପରୀକ୍ଷଣ ସ୍ୱଦେଶୀ ଭାବେ ନିର୍ମିତ ସିକର୍‌ ସହିତ 'ଅସ୍ତ୍ର' ଯୁଦ୍ଧାସ୍ତ୍ର ପ୍ରଣାଳୀର ସଠିକ ଲକ୍ଷ୍ୟଭେଦ କ୍ଷମତା ଏବଂ ଭରସାଯୋଗ୍ୟ କାର୍ଯ୍ୟଦକ୍ଷତାକୁ ପୁନଃ ପ୍ରମାଣିତ କରିଥିଲା।

Astra Beyond Visual Range Air-to-Air missile

ଅସ୍ତ୍ର ବିଭିଆରଏଏଏମ ୧୦୦ କିଲୋମିଟରରୁ ଅଧିକ ଦୂରରେ ଥିବା ଲକ୍ଷ୍ୟ ଭେଦ କରିବାକୁ ସକ୍ଷମ। ଏଥିରେ ଅତ୍ୟାଧୁନିକ ମାର୍ଗଦର୍ଶନ ଏବଂ ଦିଗ ନିର୍ଣ୍ଣୟ ପ୍ରଣାଳୀ ସଂଯୁକ୍ତ ହୋଇଛି। ଏହି ଅସ୍ତ୍ର ପ୍ରଣାଳୀକୁ ସଫଳ ଭାବେ ନିର୍ମାଣ କରିବା ଲାଗି ଡିଆରଡିଓର ବିଭିନ୍ନ ପ୍ରୟୋଗଶାଳା ସମେତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍‌ ସମେତ ୫୦ରୁ ଅଧିକ ସରକାରୀ ଓ ଘରୋଇ ଶିଳ୍ପସଂସ୍ଥା ଯୋଗଦାନ ଦେଇଛନ୍ତି।

ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ ଆରଏଫ ସିକର୍‌ର ଡିଜାଇନ୍ ଏବଂ ବିକାଶରେ ଜଡିତ ଡିଆରଡିଓ, ଆଇଏଏଫ୍ ଓ ଶିଳ୍ପ ସଂସ୍ଥାଗୁଡ଼ିକୁ ପ୍ରଶଂସା କରିଛନ୍ତି । ସେ କହିଛନ୍ତି ସ୍ୱଦେଶୀ ଆରଏଫ ସିକର୍‌ ସହିତ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ପ୍ରଯୁକ୍ତିବିଦ୍ୟା ହାସଲ କ୍ଷେତ୍ରରେ ଏକ ପ୍ରମୁଖ ମାଇଲଖୁଣ୍ଟ।

ପ୍ରତିରକ୍ଷା ଗବେଷଣା ଓ ବିକାଶ ବିଭାଗର ସଚିବ ଏବଂ ଡିଆରଡିଓର ଅଧ୍ୟକ୍ଷ ଡକ୍ଟର ସମୀର ଭି କାମତ ସଫଳ ଉଡ଼ାଣ ପରୀକ୍ଷଣରେ ସାମିଲ ସମସ୍ତ ଦଳକୁ ଅଭିନନ୍ଦନ ଜଣାଇଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+