ଦିଲ୍ଲୀରେ ଲାଗୁ ହେବ କି ରାଷ୍ଟ୍ରପତି ଶାସନ? ଆପ୍ ସରକାରକୁ ବରଖାସ୍ତ ପାଇଁ ବିଜେପିର ଚିଠି
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗୋଟିଏ ପଦକ୍ଷେପ ଦେଶର ରାଜଧାନୀ ଦିଲ୍ଲୀର ରାଜନୈତିକ ମହଲରୁ ସରଗରମ କରିଛି। ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ସରକାରଙ୍କୁ ବରଖାସ୍ତ କରାଯାଇଥିବା ଖବର ନେଇ ଚର୍ଚ୍ଚା ହେଉଛି । ଦିଲ୍ଲୀର କ୍ଷମତାସୀନ ଆମ ଆଦମୀ ପାର୍ଟି(ଆପ୍) ସରକାରୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଚିଠି ଲେଖିଛନ୍ତି।
ସରକାରକୁ ବରଖାସ୍ତ କରିବା ପାଇଁ ବିଜେପି ବିଧାୟକମାନେ ଦେଇଥିବା ଚିଠି ପାଇବା ପରେ ରାଷ୍ଟ୍ରପତି ମୁର୍ମୁ ଏହାକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ପାଖକୁ ପଠାଇ ଦେଇଛନ୍ତି। ଏହା ଉପରେ ବିଚାର କରିବା ପାଇଁ ରାଷ୍ଟ୍ରପତି ମୁର୍ମ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟକୁ କହିଥିବା ଜଣାପଡ଼ିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଜେଲରେ ଥିବାରୁ ଏବେ ସାମ୍ୱିଧାନିକ ସଙ୍କଟ ଦେଖାଯାଇଛି ଓ ପ୍ରଶାସନିକ କାର୍ଯ୍ୟରେ ବିଳମ୍ବ ହେଉଛି।

ତେଣୁ ଆପ୍ ସରକାରଙ୍କୁ ତୁରନ୍ତ ବରଖାସ୍ତ କରାଯାଉ ବୋଲି ବିଜେପି ବିଜେପି ପକ୍ଷରୁ ରାଷ୍ଟ୍ରପତିଙ୍କୁ ଲେଖାଯାଇଥିବା ଚିଠିରେ ଉଲ୍ଲେଖ କରାଯାଇଛି। ରାଷ୍ଟ୍ରପତି ମୁର୍ମୁ ଏହି ଚିଠିକୁ ସ୍ୱରାଷ୍ଟ୍ର ମନ୍ତ୍ରଣାଳୟ ନିକଟକୁ ପଠାଇବା ପରେ ଚିହିଁକି ଉଠିଛି ଆପ୍।












Click it and Unblock the Notifications