ପଶ୍ଚିମବଙ୍ଗରେ ଟ୍ରେନ୍ ଦୁର୍ଘଟଣା: ମାନବୀୟ ତ୍ରୁଟିରୁ ହୋଇଛି ଦୁର୍ଘଟଣା
Kanchanjungha Express Accident: ସୋମବାର ସକାଳେ ପଶ୍ଚିମବଙ୍ଗର ନୂଆ ଜଲପାଇଗୁଡ଼ିରେ କାଞ୍ଚନଜଙ୍ଗା ଏକ୍ସପ୍ରେସକୁ ଏକ ମାଲବାହୀ ଟ୍ରେନ୍ ଧକ୍କା ଦେବାରୁ କାଞ୍ଚନଜଙ୍ଗା ଏକ୍ସପ୍ରେସର କିଛି ବଗି ଲାଇନଚ୍ୟୁତ ହୋଇଥିଲା । ଏହି ଦୁର୍ଘଟଣାରେ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬୦ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଟ୍ରେନର ୩ଟି ବଗି ବ୍ୟାପକ କ୍ଷତିଗ୍ରସ୍ତ ହୋଇଛି । ରେଲୱେ ବୋର୍ଡ ଅଧ୍ୟକ୍ଷଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ମାନବୀୟ ତ୍ରୁଟିରୁ ଦୁର୍ଘଟଣା ଘଟିଛି । ଆଗକୁ ମୃତକଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାବେ ବୋଲି କୁହାଯାଉଛି ।
ବର୍ତ୍ତମାନ ପ୍ରଶ୍ନ ଉଙ୍କି ମାରୁଛି ଯେ ଏହି ଦୁର୍ଘଟଣାରେ ଦୋଷୀ କିଏ
ରେଲୱେ ବୋର୍ଡ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଯାଇଛି । ପ୍ରାଥମିକ ଅନୁସନ୍ଧାନରୁ ଜଣା ପଡିଛି ଯେ, ଏହି ଦୁର୍ଘଟଣା ମାନବୀୟ ତ୍ରୁଟି ଯୋଗୁଁ ଘଟିଛି । ସିଗନାଲ ସତ୍ତ୍ୱେ ଡ୍ରାଇଭର ଟ୍ରେନ ଅଟକାଇ ନଥିଲେ । ତେବେ ସିଗନାଲ ମାନି ନ ଥିବାରୁ ଏପରି ଦୁର୍ଘଟଣା ଘଟିଛି । ସମ୍ପୁର୍ଣ୍ଣ ତଦନ୍ତ ପରେ ଦୁର୍ଘଟଣାର ପ୍ରକୃତ କାରଣ ସ୍ପଷ୍ଟ ହେବ ବୋଲି ରେଲୱେ ବୋର୍ଡ ଅଧ୍ୟକ୍ଷ ତଥା ସିଇଓ ଜୟ ବର୍ମା କହିଛନ୍ତି ।

ଅନ୍ୟପକ୍ଷରେ ମୃତକଙ୍କ ପରିବାରକୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୧୦ ଲକ୍ଷ ଏବଂ ଗୁରୁତର ଆହତଙ୍କୁ ଅଢେଇ ଲକ୍ଷ ଏବଂ ଆହତ ପରିବାରକୁ ୫୦ ହଜାର ଟଙ୍କା ଲେଖାଏ ସହାୟତା ରାଶି ପ୍ରଦାନ କରାଯିବା ନେଇ ଘୋଷଣା କରାଯାଇଛି । ସେହିପରି ପ୍ରଧାନମନ୍ତ୍ରୀ ମୋଦି ୨ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି ।
ସୂଚନାଥାଉ ଯେ, ନ୍ୟୁ ଜଲପାଇଗୁଡ଼ି ରଙ୍ଗପାଣି ଷ୍ଟେସନ ନିକଟରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଏବଂ ମାଲଗାଡ଼ି ମଧ୍ୟରେ ଧକ୍କା ହୋଇଥିଲା । ରେଳ ଦୁର୍ଘଟଣା ପରେ ଉକ୍ତ ସ୍ଥାନରେ ଲୋକଙ୍କ ଭିଡ଼ ବୃଦ୍ଧି ପାଇଥିଲା । ଘଟଣା ସମ୍ପର୍କରେ ସୂଚନା ପାଇବା ମାତ୍ରେ ର ଉଦ୍ଧାରକାରୀ ଟିମ୍ ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲା ।
ସମସ୍ତ ଆହତଙ୍କୁ ତୁରନ୍ତ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ବର୍ତ୍ତମାନ ପ୍ରଶାସନ ଗ୍ୟାସ କଟର ସହିତ କମ୍ପାର୍ଟମେଣ୍ଟ କାଟି ଲୋକଙ୍କୁ ବାହାର କରାଯାଉଛି ଏବଂ ରେଳ ବିଭାଗ ପକ୍ଷରୁ ହେଲ୍ପଲାଇନ ନମ୍ବର ମଧ୍ୟ ଜାରି ମଧ୍ୟ ଜାରି କରାଯାଇଛି । ଆଗକୁ ମୃତ୍ୟୁ ସଂଖ୍ୟା ଆହୁରି ବଢିବାର ଆଶଙ୍କା ରହିଛି ।
-
ନସ ମଙ୍ଗରାଜ ଓ ସୁଲତା ଦେଓଙ୍କୁ ବଡ ଦାୟିତ୍ୱ ଦେଲା ବିଜେଡ଼ି -
ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା -
ଆଲୋଚନା ବିଫଳ ପରେ ବଢ଼ିଲା ଟେନସନ୍, ଇରାନ ବନ୍ଦରକୁ ସାମୁଦ୍ରିକ ପରିବହନ ବନ୍ଦ କରିବ ଆମେରିକା -
୭୮ ବର୍ଷ ବୟସରେ ପାଦ ଥାପିଲା ଭୁବନେଶ୍ୱର, ସମୟ ସହ ବଦଳିଛି.. -
ରାଜ୍ୟରେ ଲାଗୁହେଲା ଓଡ଼ିଶା ସରକାରୀ ବିଶ୍ୱ ବିଦ୍ୟାଳୟ ଅଧିନିୟମ-୨୦୨୬ -
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜିଠୁ ଭିତର ରତ୍ନଭଣ୍ଡାରରେ ହେବ ଗଣତିମଣତି -
ଆଜି ଆଶାତାଇଙ୍କ ଶେଷକୃତ୍ୟ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର









Click it and Unblock the Notifications