ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା
Earthquake In Himachal Pradesh: ବୁଧବାର ବିଳମ୍ବିତ ରାତିରେ ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା 3.2 ମ୍ୟାଗ୍ନିଚ୍ୟୁଡ ରହିଛି । ତେବେ ଏହି ଭୂକମ୍ପରେ କୌଣସି କ୍ଷୟକ୍ଷତି ହୋଇ ନାହିଁ । ଏନେଇ ନ୍ୟାଶନାସ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ଦିଆଯାଇଛି ।

ଏହା ପୂର୍ବରୁ ରବିବାର ସନ୍ଧ୍ୟାରେ ଆଣ୍ଡାମାନ ଏବଂ ନିକୋବର ଦ୍ୱୀପପୁଞ୍ଜର କ୍ୟାମ୍ପବେଲ ବାଇରେ ଭୂମିକମ୍ପ ହୋଇଥିଲା । ରିକ୍ଟର ସ୍କେଲରେ ଭୂକମ୍ପର ତୀବ୍ରତା 5.3 ରେକର୍ଡ କରାଯାଇଥିଲା । ତେବେ କୌଣସି ପ୍ରକାରର କ୍ଷୟକ୍ଷତିର ସୂଚନା ପ୍ରକାଶ ପାଇ ନାହିଁ ।












Click it and Unblock the Notifications