Jharkhand Assembly Election: ଜେଏମଏମର ମତଦାନ ସମୟ ହ୍ରାସ କରାଯାଇଥିବା ଅଭିଯୋଗକୁ ଖଣ୍ଡନ କଲେ ଇସିଆଇ
Jharkhand Assembly Election : ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ନିମନ୍ତେ ଆଜି ବିଜ୍ଞପ୍ତି ପ୍ରକାଶ ପାଇବ । ଏହି ପର୍ଯ୍ୟାୟରେ ଆସନ୍ତା ନଭେମ୍ବର ୨୦ ତାରିଖରେ ୩୮ଟି ଆସନ ପାଇଁ ମତଦାନ ଅନୁଷ୍ଠିତ ହେବ । ଚଳିତ ମାସ ୨୯ ତାରିଖ ପାର୍ଥୀପତ୍ର ଦାଖଲର ଶେଷ ଦିନ ରହିଛି ।
ପ୍ରାର୍ଥମାନେ ଦିନ ୧୧ଟାରୁ ଅପରାହ୍ଣ ୩ଟା ମଧ୍ୟରେ ନାମାଙ୍କନପତ୍ର ଦାଖଲ କରିପାରିବେ । ଅକ୍ଟୋବର ୩୦ରେ ପ୍ରାର୍ôଥପତ୍ର ଯାଞ୍ଚ ହେବାକୁ ଥିବା ବେଳେ ନଭେମ୍ବର ୧ ତାରିଖ ପାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି । ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୧୩ରେ ଅନୁଷ୍ଠିତ ହେବ । ଉଭୟ ପର୍ଯ୍ୟାୟ ନିର୍ବାଚନ ଶେଷ ହେବା ପରେ ନଭେମ୍ବର ୨୩ରୁ ଭୋଟ୍ ଗଣତି ହେବ । ଇତିମଧ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ପାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଜାରି ରହିଛି । ଏ ପର୍ଯ୍ୟନ୍ତ ୨୫ ଜଣ ପ୍ରାର୍ଥ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଅକ୍ଟୋବର ୨୫ ତାରିଖ ପାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି ।

ଅନ୍ୟପଟେ ରାଜ୍ୟରେ ବିଧାନସଭା ନିର୍ବାଚନ ପାଇଁ ଗ୍ରାମାଞ୍ଚଳ ଗୁଡ଼ିକରେ ମତଦାନ ସମୟ ହ୍ରାସ କରାଯାଇଥିବା ଅଭିଯୋଗକୁ ନିର୍ବାଚନ ଆୟୋଗ ଖଣ୍ଡନ କରିଛନ୍ତି । ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ନେତା ସୁପ୍ରିୟୋ ଭଟ୍ଟାଚାର୍ଯ୍ୟ ଏହି ଅଭିଯୋଗ କରିଥିଲେ । ମୁଖ୍ୟ ନିର୍ବାଚନ ଅଧିକାରୀ କେ. ରବିକୁମାର କହିଛନ୍ତି, ନକ୍ସଲ ପ୍ରଭାବିତ ଅଞ୍ଚଳରେ ଥିବା ୯୮୧ଟି ବୁଥ୍ରେ ସକାଳ ୭ଟାରୁ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ମତଦାନ ଲାଗି ସମୟଧାର କରାଯାଇଛି ।
ଅବଶିଷ୍ଟ ବୁଥ୍ ଗୁଡ଼ିକରେ ସନ୍ଧ୍ୟା ୫ଟା ପର୍ୟ୍ୟନ୍ତ ମତଦାନ ହେବ । ସେ କହିଛନ୍ତି, ଝାଡ଼ଖଣ୍ଡରେ ମୋଟ୍ ୨୯ ହଜାର ୫୬୨ଟି ମତଦାନ ରହିଛି । ସେଗୁଡ଼ିକ ମଧ୍ୟରୁ ୨୪ ହଜାର ୫୨୦ଟି ମତଦାନ କେନ୍ଦ୍ର ଗ୍ରାମାଞ୍ଚଳରେ ଏବଂ ୫ହଜାର ୪୨ଟି ମତଦାନ କେନ୍ଦ୍ର ସହରାଞ୍ଚଳରେ ରହିଛି ।
-
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ -
ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ ପକାଇବ : ମୁଖ୍ୟମନ୍ତ୍ରୀ -
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ -
ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା -
ଭାରତ ମଧ୍ୟସ୍ଥ ହେଲେ ସ୍ବାଗତ କରିବୁ: ଟ୍ରମ୍ପ -
ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା -
ଓଭରଲୋଡ୍ ଗାଡ଼ି ଉପରେ କଡ଼ା ନଜର, ଦେବାକୁ ପଡ଼ିବ ୪ ଗୁଣା ଅଧିକ ଟୋଲ୍ ଟ୍ୟାକ୍ସ





Click it and Unblock the Notifications