ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬

ଆଜି ସଂସଦରେ ଉପସ୍ଥାପିତ ହେବ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ୨୦୨୫-୨୬ । କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଦିନ ୧୧ଟାରେ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପିତ କରିବେ । ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ହେଉଛି ସରକାରଙ୍କ ଆର୍ଥିକ ପ୍ରଦର୍ଶନ ଓ ଦେଶରେ ଅର୍ଥନୈତିକ ସ୍ଥିତିର ଏକ ରିପୋର୍ଟ । ଯେଉଁଥିରେ ଅଭିବୃଦ୍ଧି ହାର, ମୁଣ୍ଡପିଛା ଆୟ ଓ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ଅଭିବୃଦ୍ଧି ତଥ୍ୟ ସାମ୍ନାକୁ ଆସିବ । କେନ୍ଦ୍ର ସରକାରଙ୍କ ଅର୍ଥ ମନ୍ତ୍ରାଳୟର ଅର୍ଥନୈତିକ ବ୍ୟାପାର ବିଭାଗ ଏହି ରିପୋର୍ଟ ତିଆରି କରିଛନ୍ତି ।

Economic Survey Report
ସର୍ବେକ୍ଷଣ ରିପୋର୍ଟ ସଂସଦର ଉଭୟ ଗୃହରେ ଉପସ୍ଥାପିତ ହେବ । ଏହାପରେ ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ସାମ୍ୱାଦିକ ସମ୍ମିଳନୀ କରି ଏହାର ସାରାଂଶ ଜଣାଇବେ । ପ୍ରତିବର୍ଷ ସଂସଦରେ ବଜେଟ ଆଗତ ହେବା ପୂର୍ବରୁ ଅର୍ଥନୈତିକ ସର୍ବେକ୍ଷଣ ରିପୋର୍ଟ ଉପସ୍ଥାପନ କରାଯାଇଆସୁଛି । ଚଳିତ ବର୍ଷ ଫେବ୍ରୁଆରି ୧ରେ ରବିବାର ପଡୁଛି । ପ୍ରଥମ ଥର ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ରବିବାର ଦିନ ୨୦୨୬-୨୭ ଆର୍ଥିକ ବର୍ଷର ଚିଠା ବଜେଟ ଉପସ୍ଥାପନ କରିବେ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+