Get Updates
Get notified of breaking news, exclusive insights, and must-see stories!

କୁଲଗାମରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିହତ

ସୋମବାର ଜାମ୍ମୁ କାଶ୍ମୀରର କୁଲଗାମରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି ।

ଶ୍ରୀନଗର : ସୋମବାର ଜାମ୍ମୁ କାଶ୍ମୀରର କୁଲଗାମରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏଥିରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି ।

ଏହି ମୁକାବିଲା ଦକ୍ଷିଣ କାଶ୍ମୀରର କୁଲଗାମ ଜିଲ୍ଲାର ଅହରବାଲ ଅଞ୍ଚଳରେ ଘଟିଛି । ଖବର ଲେଖିବା ପର୍ଯ୍ୟନ୍ତ ସୁରକ୍ଷା ବାହିନୀ ଉକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରଖିଛନ୍ତି । ଏହି ଅଞ୍ଚଳରେ ଅଧିକ ଆତଙ୍କବାଦୀ ଲୁଚି ରହିଥିବାର ଆଶଙ୍କା କରାଯାଉଛି । ସୂଚନାନୁସାରେ, ରାଜ୍ୟ ପୋଲିସ ଏବଂ CRPF ଟିମ୍ ଏହି ମିଳିତ ଅପରେସନ୍ ଚଳାଉଛନ୍ତି ।

jammu and kashmir

ରବିବାର ଦିନ ଏହି ଅଞ୍ଚଳରେ ଆତଙ୍କବାଦୀଙ୍କ ଲୁଚି ରହିଥିବା ସୁରକ୍ଷା ବାହିନୀ ସୂଚନା ପାଇଥିଲା । ସୂଚନା ପାଇବା ପରେ ସୁରକ୍ଷା ବାହିନୀର ଦଳ ଆତଙ୍କବାଦୀଙ୍କ ସନ୍ଧାନରେ ଏହି ଅଞ୍ଚଳରେ ପହଞ୍ଚିଥିଲେ । ଏଠାରେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ, ଯାହା ପରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା ।

ଏହା ପୂର୍ବରୁ ରବିବାର ଦିନ କୁଲଗାମର ମୁନନ୍ଦ ଅଞ୍ଚଳରେ ସୁରକ୍ଷା ବାହିନୀ ଦ୍ୱାରା ଜଣେ ଆତଙ୍କବାଦୀ ନିହତ ହୋଇଥିଲା । ଶନିବାର ବାନ୍ଦିପୋରାରେ ମଧ୍ୟ ତିନି ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ଏହି ଏନକାଉଣ୍ଟରରେ ଜଣେ ଯବାନ ମଧ୍ୟ ଆହତ ହୋଇଥିଲେ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+