ପ୍ରଥମେ ୫ ଘଣ୍ଟା ଘାଣ୍ଟିଲା,ପରେ ଆପ୍ ବିଧାୟକଙ୍କୁ ଘରୁ ବାନ୍ଧିଲା ଇଡି
ନୂଆଦିଲ୍ଲୀ: ଅର୍ଥ ହେରଫେର ମାମଲା ସହ ଜଡିତ ଆମ୍ ଆଦମୀ ପାର୍ଟି (ଆପ୍) ବିଧାୟକ ଅମାନତୁଲ୍ଲା ଖାନଙ୍କ ଘରେ ଇଡ଼ି ଚଢ଼ାଉ କରିବା ପରେ ତଙ୍କୁ ଗିରଫ କରିଛି। ଦୀର୍ଘ ୫ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଇଡି ଗିରଫ କରିଛି। ଆଜି ସକାଳ ପ୍ରାୟ ୭ଟାରେ ଇଡି ଟିମ୍ ଅମାନତୁଲ୍ଲା ଖାନଙ୍କ ଘରେ ପହଞ୍ଚିଥିଲା। ହେଲେ ସେ ୨ ଘଣ୍ଟା ପର୍ଯ୍ୟନ୍ତ ଘରର କବାଟ ଖୋଲି ନଥିଲେ। ଇଡି ବାହାରେ ଠିଆ ହୋଇ ରହିଥିଲା।
ଅମାନତୁଲ୍ଲା କବାଟ ଖୋଲିବା ପରେ ଇଡି ଟିମ୍ ସହ ତାଙ୍କର ଯୁକ୍ତିତର୍କ ହୋଇଥିଲା। ନିଜେ ଅମାନତୁଲ୍ଲା ଖାନ୍ ସୋସିଆଲ ମିଡିଆ ପ୍ଲାଟଫର୍ମ ମାଧ୍ୟମରେ ଇଡି ଚଢ଼ାଉ ସମ୍ପର୍କରେ ସୂଚନା ଦେଇଛନ୍ତି। ଦିଲ୍ଲୀ ଓ୍ଵାକଫ ବୋର୍ଡର ଅଧ୍ୟକ୍ଷ ଥିବା ବେଳେ ଅମାନତୁଲ୍ଲା ସରକାରୀ ଗାଇଡଲାଇନକୁ ଅଣଦେଖା କରି ଚାକିରି ଦେଇଥିବା ଅଭିଯୋଗରେ ଇଡି ଚଢ଼ାଉ କରି ତାଙ୍କୁ ଗିରଫ କରିଛି। ତେବେ ଏହି ଅଭିଯୋଗକୁ ଅମାନତୁଲ୍ଲା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି।
ବର୍ତ୍ତମାନ ଆମ୍ ଆଦମୀ ପାର୍ଟିରେ ବିଧାୟକ ସହ ଦିଲ୍ଲୀ ୱାକଫ ବୋର୍ଡର ଅଧ୍ୟକ୍ଷ ମଧ୍ୟ ରହିଛନ୍ତି ଅମାନତୁଲ୍ଲା। ଦିଲ୍ଲୀ ଓ୍ଵାକଫ ବୋର୍ଡର ଅଧ୍ୟକ୍ଷ ଥିବା ବେଳେ ଅମାନତୁଲ୍ଲା ସରକାରୀ ଗାଇଡଲାଇନକୁ ଅଣଦେଖା କରି ଚାକିରି ଦେଇଥିବା ଅଭିଯୋଗରେ ଇଡି ଚଢ଼ାଉ କରି ତାଙ୍କୁ ଗିରଫ କରିଛି। ତେବେ ଏହି ଅଭିଯୋଗକୁ ଅମାନତୁଲ୍ଲା ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛନ୍ତି।

ଅମାନତୁଲ୍ଲା ଏକ୍ସରେ ଏକ ଭିଡିଓ ସେୟାର କରି କହିଛନ୍ତି ଯେ ଆପ୍ ନେତାଙ୍କୁ ହଇରାଣ କରିବା ପାଇଁ ସମସ୍ତ ପ୍ରୟାସ ହେଉଛି। ମିଥ୍ୟା ମାମଲାରେ ଫସାଯାଉଛି। ସେମାନଙ୍କର ଲକ୍ଷ୍ୟ ହେଉଛି ଆମ ଦଳକୁ ଭାଙ୍ଗିବା। ସଚ୍ଚୋଟ ଭାବରେ ଲୋକଙ୍କ ସେବା କରିବା କ'ଣ ଅପରାଧ ବୋଲି ସେ ପ୍ରଶ୍ନ କରିଛନ୍ତି।ଆମ୍ ଆଦମୀ ପାର୍ଟି ବିଧାୟକ ହେବା ସହ ଅମାନତୁଲ୍ଲା ଦିଲ୍ଲୀ ଓ୍ଵାକଫ ବୋର୍ଡର ଅଧ୍ୟକ୍ଷ ମଧ୍ୟ ଅଛନ୍ତି। ଅମାନତୁଲ୍ଲା ସଭାପତି ଥିବା ବେଳେ ଏଭଳି ୩୨ଟି ନିଯୁକ୍ତି ହୋଇଥିଲା, ଯାହା ସରକାରୀ ଗାଇଡଲାଇନକୁ ଅଣଦେଖା କରି କାମ କରିଥିବା ଅଭିଯୋଗ ହୋଇଥିଲା।












Click it and Unblock the Notifications