ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହାଇକୋର୍ଟର ଦ୍ୱାରସ୍ଥ ହେଲେ ସଞ୍ଜୟ ସିଂ
ନୂଆଦିଲ୍ଲୀ: ଗିରଫଦାରୀକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଦ୍ୱାରସ୍ଥ ହେଲେ ସଞ୍ଜୟ ସିଂ । 2021-22 ଅବକାରୀ ନୀତିରେ ଅର୍ଥ ଘୋଟାଲା ମାମଲାରେ ଗିରଫ ହୋଇଥିବା ଆପ୍ ରାଜ୍ୟ ସଭା ସାଂସଦ ଆଜି ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ତେବେ ଇଡି କରିଥିବା ଗିରଫଦାରୀକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି ସାଂସଗ ସଞ୍ଜୟ ସିଂହ । ସେହିପରି ଟ୍ରାଏଲ କୋର୍ଟ ରିମାଣ୍ତକୁ ମଧ୍ୟ ସେ ଚ୍ୟାଲେଞ୍ଜ କରିଛନ୍ତି । ଆଜି ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ଶୁଣାଣି କରିବ ।

ସୂଚନାଥାଉ ଯେ, ଆପ୍ ରାଜ୍ୟସଭା ସାଂସଦ ସଞ୍ଜୟ ସିଂହ ଅକ୍ଟୋବର 4 ତାରିଖରେ ଗିରଫ ହୋଇଛନ୍ତି । । ଇଡି ତାଙ୍କୁ ଆର୍ଥିକ ହେରଫେର ମାମଲାରେ ଗିରଫ କରିଛି । ବରିଷ୍ଠ ନେତା ତଥା ରାଜ୍ୟସଭା ସାଂସଦ ସଞ୍ଜୟ ସିଂଙ୍କ ଘରେ ଇଡି ଚଢାଉ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା ।
ଲିକର୍ ପଲିସି ମାମଲାରେ ଅଭିଯୁକ୍ତ ଦିନେଶ ଆରୋରା ସଞ୍ଜୟ ସିଂହଙ୍କ ନାଁ ନେବା ପରେ ତାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଥିଲା । ଗଣମାଧ୍ୟମ ରିପୋର୍ଟ ଅନୁସାରେ ଅରୋରା କହିଥିଲେ ଯେ, ସଞ୍ଜୟ ତାଙ୍କୁ ମନିଶ ସିସୋଦିଆଙ୍କ ସହ ଯୋଗାଯୋଗ କରାଇଥିଲେ । ତେବେ ଲିକର୍ ଘୋଟାଲା ସମୟରେ ସିସୋଦିଆ ଅବକାରୀ ମନ୍ତ୍ରୀ ଥିଲେ ।
ପୂର୍ବରୁ ମଧ୍ୟ ଏହି ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଚଢାଉ କରିଥିଲା । ତେବେ ଦିଲ୍ଲୀ ମଦ ଦୁର୍ନୀତି ମାସଲାରେ ଇଡି ଏକ ଚାର୍ଜସିଟ ଦାଖଲ କରିଥିଲେ ଯେଉଁଥିରେ ସଞ୍ଜୟ ସିଂଙ୍କ ନାମ ଉଲ୍ଲେଖ କରାଯାଇଥିଲା। ଗତଥର ଯେତେବେଳେ ଟିମ୍ ସଞ୍ଜୟ ସିଂଙ୍କ ଘରେ ପହଞ୍ଚିଥିଲେ, ସେତେବେଳେ ସେ ଇଡି ବିରୋଧରେ ମାନହାନି ମକଦ୍ଦମା ଦାୟର କରିଥିଲେ ।












Click it and Unblock the Notifications