ଚାଷୀ ଆନ୍ଦୋଳନ: ଆନ୍ଦୋଳନରତ କୃଷକଙ୍କ ମୃତ୍ୟୁ
Farmers Protest: ଚାଷୀ ଆନ୍ଦୋଳନ ସମୟରେ ଜଣେ ଆନ୍ଦୋଳନରତ କୃଷକଙ୍କ ମୃତ୍ୟୁ ହୋଇଛି । ୬୩ ବର୍ଷିୟ କୃଷକ ଜଣଙ୍କ ମୃତ୍ୟୁ ହୃଦଘାତ ଯୋଗୁଁ ଘଟିଥିବା ନେଇ ସୂଚନା ରହିଛି । ମୃତକ ବ୍ୟକ୍ତି ଜଣକ ହେଲେ ପଞ୍ଜାବ ହରିଦାସପୁର ଜିଲ୍ଲାର ଜିଆନ ସିଂହ । ଶୁମ୍ଭୁ ବର୍ଡରରେ ଚାଲିଥିବା କୃଷକ ଆନ୍ଦୋଳନରେ ସେ ସାମିଲ ହୋଇଥିଲେ ।

ସୂଚନା ଅନୁସାରେ, ପଞ୍ଜାବ ହରିଦାସପୁର ଜିଲ୍ଲାର ଜିଆନ ସିଂହ ନାମ ଜଣେ କୃଷକ କୃଷକ ଆନ୍ଦୋଳନରେ ଯୋଗ ଦେବା ପାଇଁ ପଞ୍ଜାବରୁ ଆସିଥିଲେ । ଶମ୍ଭୁ ବର୍ଡରରେ ଆନ୍ଦୋଳନ ଚାଲୁଥିବା ସମୟରେ ତାଙ୍କ ଛାତିରେ ଯନ୍ତ୍ରଣା ହୋଇଥିଲା । ତାଙ୍କୁ ତୁରନ୍ତ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ମେଡିକାଲରେ ତାଙ୍କୁ ଡାକ୍ତର ମୃତ ଘୋଷଣା କରିଥିଲେ ।
ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ, ବିଭିନ୍ନ ଦାବି ନେଇ 'ଦିଲ୍ଲୀ ଚଲୋ' ଡାକରା ଦେଇଛନ୍ତି ପଞ୍ଜାବ ଏବଂ ହରିଆଣା କୃଷକ ସଂଗଠନ । ଯେଉଁଥିରେ ପ୍ରାୟ ୨୦୦ରୁ ଅଧିକ କୃଷକ ସଂଗଠନ ଏବଂ ୨୦ ହଜାରରୁ ଅଧିକ କୃଷକ ସାମିଲ ଅଛନ୍ତି । ମଙ୍ଗଳବାର ଦିନ ପୋଲିସ ଏବଂ କୃଷକ ମୁହାଁମୁହିଁ ହୋଇଥିଲେ । ଯେଉଁଥିରେ ଉଭୟ ପକ୍ଷରୁ ଏକାଧିକ ଆହତ ହୋଇଥିଲେ । ପରିସ୍ଥିତି ନିୟନ୍ତ୍ରଣ କରିବା ପାଇଁ ପୋଲିସ ଲୁହ ବୁହା ଗ୍ୟାସ ପ୍ରୟୋଗ କରିଥିଲା ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications