ହରିୟାଣାରେ ବିଜେପି-କଂଗ୍ରେସ ମଧ୍ୟରେ କଡ଼ା ଫାଇଟ୍; ମ୍ୟାଜିକ ନମ୍ବର ଛୁଇଁବାକୁ ଦୁଇ ଦଳ ମଧ୍ୟରେ ଟକ୍କର
ହରିୟାଣାରେ ଓଲଟପାଲଟ ! ହରିୟାଣାରେ ବିଜେପି-କଂଗ୍ରେସ ମଧ୍ୟରେ କଡ଼ା ଫାଇଟ୍ । ସକାଳ ୧୦ ଟା ସୁଦ୍ଧା ଟ୍ରେଣ୍ଡରେ ବିଜେପି ଆଗରେ ।ହରିୟାଣାରେ କଂଗ୍ରେସକୁ ଟପିଲା ବିଜେପି । ମ୍ୟାଜିକ ନମ୍ବର ୪୬ ଟପିଲା ବିଜେପି । ଲଗାତାର ତୃତୀୟ ଥର ସରକାର କରିବା ସମ୍ଭାବନା ଉଜ୍ୱଳ।
ହରିୟାଣାରେ ବିଜେପି ଓ କଂଗ୍ରେସ ମଧ୍ୟରେ କଡ଼ା ଟକ୍କର । ବିଜେପି ଓ କଂଗ୍ରେସ ମଧ୍ୟରେ ସଂଖ୍ୟା ଗରିଷ୍ଠତା ପାଇଁ ଲଢ଼େଇ । ମ୍ୟାଜିକ ନମ୍ବର ୪୬ ଛୁଇଁବାକୁ ଦୁଇ ଦଳ ମଧ୍ୟରେ ଟକ୍କର ।
୨୦୧୯ରେ ଜମ୍ମୁ-କଶ୍ମୀରରୁ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପ୍ରଥମ ଥର ପାଇଁ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହୋଇଥିବାରୁ ଏହା ଗୁରୁତ୍ୱପୂର୍ଣ୍ଣ। ୯୦ ଆସନ ବିଶିଷ୍ଟ ଜମ୍ମୁ-କଶ୍ମୀର ବିଧାନସଭା ପାଇଁ ୩ ପଯର୍ର୍ୟାୟ ସେପ୍ଟେମ୍ବର ୧୮, ୨୫ ଏବଂ ଅକ୍ଟୋବର ୧ରେ ମତଦାନ ହୋଇଥିଲା। ନ୍ୟାଶନାଲ କନ୍ଫରେନ୍ସ (ଏନ୍ସି) ଏବଂ କଂଗ୍ରେସ ସେଠାରେ ମେଣ୍ଟ କରି ନିର୍ବାଚନ ଲଢ଼ିଥିଲେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା, କଂଗ୍ରେସ ନେତା ରାହୁଲ ଗାନ୍ଧୀ, ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଫାରୁକ ଅବଦୁଲ୍ଲା, ଓମାର ଅବଦୁଲ୍ଲା, ମେହବୁବା ମୁଫ୍ତି ପ୍ରମୁଖ ହାଇପ୍ରୋଫାଇଲ ନେତା ନିର୍ବାଚନ ପ୍ରଚାରରେ ସକ୍ରିୟ ଭାବେ ସାମିଲ ହୋଇଥିଲେ। ମୋଟାମୋଟି ମତଦାନ ହାର ୬୩.୮୮ ପ୍ରତିଶତ ଥିଲା।

ଏକ୍ଜିଟ ପୋଲ୍ ସର୍ଭେ ଅନୁଯାୟୀ, ଜମ୍ମୁ-କଶ୍ମୀରରେ ଝୁଲା ବିଧାନସଭା ହୋଇପାରେ। କଂଗ୍ରେସ-ଏନ୍ସି ମେଣ୍ଟକୁ ସର୍ବାଧିକ ୪୩ ଆସନ ମିଳିବାକୁ ଥିବାବେଳେ ଭାଜପା ୨୭, ପିଡିପି ୭ ଏବଂ ଅନ୍ୟାନ୍ୟ ଦଳକୁ ୧୩ ଆସନ ମିଳିବ ବୋଲି ଏଥିରେ ପୂର୍ବାନୁମାନ କରାଯାଇଥିଲା।
୯୦ ଆସନ ବିଶିଷ୍ଟ ହରିୟାଣା ବିଧାନସଭା ପାଇଁ ଅକ୍ଟୋବର ୫ରେ ମତଦାନ ହୋଇଥିଲା। ସେଠାରେ ୧୦ ବର୍ଷ ହେଲା ଭାଜପା କ୍ଷମତାରେ ଥିବାବେଳେ ପୁଣିଥରେ ସରକାର ଗଢ଼ିବା ପାଇଁ ଆଶାବାଦୀ ରହିଛି। ଅନ୍ୟପକ୍ଷରେ ସରକାର ବିରୋଧୀ ହାଓ୍ବା ଏବଂ ରାହୁଲଙ୍କ ଲୋକପ୍ରିୟତାକୁ ପୁଞ୍ଜିକରି କଂଗ୍ରେସ କ୍ଷମତାକୁ ଫେରିବାକୁ ଲକ୍ଷ୍ୟ ରଖିଛି। ଏକ୍ଜିଟ୍ ପୋଲ୍ ସର୍ଭେ ଅନୁଯାୟୀ କଂଗ୍ରେସ ସେଠାରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିବାକୁ ଥିବାବେଳେ ଭାଜପା ଦ୍ୱିତୀୟ ସ୍ଥାନରେ ରହିବ। ଏହା ବୁଥ୍ଫେରନ୍ତା ଭୋଟରଙ୍କ ମତାମତକୁ ନେଇ ଆକଳନ କରାଯାଇଥିବା ବେଳେ ମଙ୍ଗଳବାର ଭୋଟଗଣତି ପରେ ବାସ୍ତବ ଫଳାଫଳ ଆସିବ।












Click it and Unblock the Notifications