ହୋଟେଲରେ ଲାଗିଲା ନିଆଁ: ୬ ମୃତ
Patna Fire News: ବିହାର ରାଜଧାନୀ ପାଟନାରେ ଏକ ହୋଟେଲରେ ଭୟଙ୍କର ଅଗ୍ନିକାଣ୍ତ ଘଟିଛି । ଯେଉଁଥିରେ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ତିନି ଜଣ ପୁରୁଷ ଏବଂ ୩ ଜଣ ମହିଳା ଥିବା ନେଇ ପୋଲିସ ପକ୍ଷରୁ ସୂଚନା ଜାରି କରାଯାଇଛି । ତେବେ ସମସ୍ତ ଗୁରୁତର ଆହତଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଯାହା ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଅତ୍ୟଧିକ ଗୁରୁତର ଥିବା ନେଇ ସୂଚନା ରହିଛି ।
ମିଳିଥିବା ସୂଚନା ଅନୁସାରେ, ପାଟନା ଜଙ୍କସନ ସ୍ଥିତ ଏକ ୪ ମହଲା ବିଶିଷ୍ଟ ହୋଟେଲରେ ନିଆଁ ଲାଗିଛି । ପ୍ରଥମେ ରେଷ୍ଟୁରାଣ୍ଟ ରୋଷେଇ ଘରେ ନିଆଁ ଲାଗିଥିଲା । ଖାଦ୍ୟ ବନାଇବା ସମୟରେ ତେଲ କଢେଇରେ ନିଆଁ ଲାଗିଥିଲା ପରେ ନିଆଁ ସିଲିଣ୍ତର ଯାଏଁ ବ୍ୟାପିଥିଲା । ଫଳରେ ଗ୍ୟାସ୍ ସିଲିଣ୍ତର ବିସ୍ଫୋରଣ ଘଟିଥିଲା ଏବଂ ଚାରିଆଡେ ନିଆଁ ବ୍ୟାପି ଯାଇଥିଲା ।

ଫଳରେ ଘଟଣାସ୍ଥଳରେ ହିଁ ୬ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ପାଖାପାଖି ୨୦ରୁ ଅଧିକ ଆହତ ହୋଇଥିଲେ । ସମସ୍ତ ଆହତଙ୍କୁ ତୁରନ୍ତ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଯାହାଙ୍କ ମଧ୍ୟରୁ ୨ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଥିବା ନେଇ ସୂଚନା ରହିଛି ।
ନିଆଁ ଏତେ ଭୟଙ୍କର ଥିଲା ଯେ ପ୍ରାୟ ଦେଢ ଘଣ୍ଟାର ପରେ ନିଆଁ ଆହତ୍ତ କରିବା ସଫଳ ହୋଇଥିଲା ଅଗ୍ନିଶମ ବାହିନୀ । ସେହିପରି ସମସ୍ତଙ୍କୁ ସମସ୍ତ ଲୋକଙ୍କୁ ସୁରକ୍ଷିତ ବାହରକୁ ଅଣାଯାଇଥିଲା । ତେବେ ଗ୍ୟାସ୍ ସିଲିଣ୍ତର ବିସ୍ଫୋରଣ ପାଇଁ ଅଗ୍ନିକାଣ୍ତ ଘଟିଥିବା ନେଇ ସୂଚନା ରହିଛି । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି ।
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications