ସଂସଦର ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ,ମାର୍ଚ୍ଚ ୧୦ରୁ ଆରମ୍ଭ ହେବ ଦ୍ୱିତୀୟ ପର୍ଯ୍ୟାୟ
ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଗତକାଲି ଶେଷ ହୋଇଛି । ଗତମାସ ୩୧ ତାରିଖରୁ ଆରମ୍ଭ ହୋଇଥିବା ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କେନ୍ଦ୍ରୀୟ ବଜେଟ୍ ଉପସ୍ଥାପନ ଓ ଅନ୍ୟକେତେକ ଆନୁଷଙ୍ଗିକ କାର୍ଯ୍ୟ କରାଯାଇଥିଲା । ଉଭୟ ଗୃହକୁ ଆସନ୍ତା ମାସ ୧୦ ତାରିଖ ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରାଯାଇଛି ।
ସେହିଦିନ ସଂସଦର ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇ ଏପ୍ରିଲ ୪ ତାରିଖ ପର୍ଯ୍ୟନ୍ତ ଚାଲିବ । ଗତକାଲି ଲୋକସଭା ବାଚସ୍ପତି ଓମ୍ ବିର୍ଲା କହିଛନ୍ତି, ଅଧିବେଶନର ଏହି ପ୍ରଥମ ପର୍ଯ୍ୟାୟରେ ୧୧୨ ପ୍ରତିଶତ କାର୍ଯ୍ୟ ସଫଳତା ହାସଲ ହୋଇଛି । ସଂସଦର ମିଳିତ ଅଧିବେଶନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନାରେ ୧୭୭ ଜଣ ସଦସ୍ୟ ୧୭ ଘଣ୍ଟାରୁ ଅଧିକ ସମୟ ଧରି ଅଂଶଗ୍ରହଣ କରିଥିଲେ ବୋଲି ଶ୍ରୀ ବିର୍ଲା ଗୃହରେ ସୂଚନା ଦେଇଛନ୍ତି ।

ସେହିଭଳି ୨୦୨୫-୨୬ ସାଧାରଣ ବଜେଟ୍ ଆଲୋଚନାରେ ୧୭୦ ଜଣ ସଦସ୍ୟ ସେମାନଙ୍କର ମତବିନିମୟ କରିଥିଲେ । ୱାକଫ୍ ସଂଶୋଧନ ବିଲ୍ ୨୦୨୪ ସଂକ୍ରାନ୍ତ ଯୁଗ୍ମ ସଂସଦୀୟ କମିଟି ରିପୋର୍ଟ ଗୃହରେ ଉପସ୍ଥାପିତ କରାଯାଇଛି ବୋଲି ଶ୍ରୀ ବିର୍ଲା କହିଛନ୍ତି ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ପ୍ରମିଳାଙ୍କୁ କଡ଼ା କାଉଣ୍ଟର କଲେ ବିଜେପି ବିଧାୟକ ଇରାଶିଷ ଆଚାର୍ଯ୍ୟ, କହିଲେ ମିଛ ଡ୍ରାମା କରୁଛନ୍ତି ବିରୋଧୀ












Click it and Unblock the Notifications