ଉତ୍ତରପ୍ରଦେଶରେ ବଡ଼ ଟ୍ରେନ୍ ଦୁର୍ଘଟଣା , ୫ମୃତ
ଉତ୍ତରପ୍ରଦେଶର ମିର୍ଜାପୁର ଜିଲାରେ ବୁଧବାର ଏକ ବଡ଼ ଟ୍ରେନ୍ ଦୁର୍ଘଟଣା ଘଟିଛି। ଚୁନାର ରେଳ ଷ୍ଟେଶନରେ ପ୍ରାୟ ୫ ଜଣ ଲୋକ ଟ୍ରେନ୍ରେ ଚାପି ହୋଇ ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଶୋକସନ୍ତପ୍ତ ପରିବାର ପ୍ରତି ସମବେଦନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ରିଲିଫ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବ୍ୟତୀତ ସେ SDRF ଏବଂ NDRF ଦଳଗୁଡ଼ିକୁ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ରିଲିଫ କାର୍ଯ୍ୟ ଆରମ୍ଭ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତମାନଙ୍କର ଉପଯୁକ୍ତ ଚିକିତ୍ସା ପାଇଁ ମଧ୍ୟ ନିର୍ଦ୍ଦେଶ ଦେବା ସହ ମୁଖ୍ୟମନ୍ତ୍ରୀ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ଟ୍ରେନ୍ର ଭୁଲ ଦିଗରୁ ଓହ୍ଲାଇବା ସମୟରେ ଦୁର୍ଘଟଣା ଘଟିଥିଲା। ଲୋକମାନେ ପାଦରେ ଚାଲି ରେଳ ଟ୍ରାକ୍ ପାର ହେଉଥିବା ସମୟରେ କାଲକା-ହାଓ୍ବଡ଼ା ଏକ୍ସପ୍ରେସ୍ ହଠାତ୍ ଦ୍ରୁତଗତିରେ ଟ୍ରାକ୍ ଉପରେ ଆସିଗଲା। ପ୍ରାୟ ୬ ଜଣ ଲୋକ ଟ୍ରେନ୍ ଦ୍ୱାରା ଧକ୍କା ଖାଇ ଗୁରୁତର ହୋଇଥିଲେ। ଘଟଣାସ୍ଥଳରେ ଉପସ୍ଥିତ ଥିବା ଲୋକମାନେ କହିଛନ୍ତି ଯେ, ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ମୃତକଙ୍କ ଶରୀର ଖଣ୍ଡଖଣ୍ଡ ହୋଇଯାଇଥିଲା।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications