ସେରମ ଇନଷ୍ଟିଚ୍ୟୁଟ୍ ଅଗ୍ନିକାଣ୍ଡରେ 5ଜଣଙ୍କ ମୃତ୍ୟୁ : ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ

ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡରେ 5ଜଣଙ୍କର ମୃତ୍ୟୁ ହୋଇଛି । ଏନେଇ ସୂଚନା ଦେଇଛନ୍ତି ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ।

ମହାରାଷ୍ଟ୍ର : ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆରେ ହୋଇଥିବା ଭୟାବହ ଅଗ୍ନିକାଣ୍ଡରେ 5ଜଣଙ୍କର ମୃତ୍ୟୁ ହୋଇଛି । ମୃତକମାନେ ଗୃହ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା ଶ୍ରମିକ ବୋଲି କୁହାଯାଉଛି । ଅନ୍ୟ ଚାରି ଜଣଙ୍କୁ ଅଗ୍ନିଶମ କର୍ମାଚାରୀ ସେଠାରୁ ଉଦ୍ଧାର କରିଛନ୍ତି । ନିଆଁକୁ ଆୟତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ମହାରାଷ୍ଟ୍ର ସ୍ୱାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ।

Serum-institute-pune

ଏହି ଅଗ୍ନିକାଣ୍ଡରେ ମୃତ୍ୟୁ ହୋଇଥିବା 5ଜଣ ନିର୍ମାଣ କାର୍ଯ୍ୟରେ ନିୟୋଜିତ ଥିବା କର୍ମୀ ହୋଇଥାଇପାରନ୍ତି । ଏଥିସହିତ ଏ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ସ୍ପଷ୍ଟ ହୋଇନାହିଁ । ତେବେ ନିର୍ମାଣ କାର୍ଯ୍ୟ ସମୟରେ ଓ୍ୱେଲ୍ଡିଂରୁ ଅଗ୍ନିକାଣ୍ଡ ହୋଇଥାଇପାରେ ବୋଲି ସନ୍ଦେହ କରାଯାଉଥିବା ନେଇ ପୁନେ ମେୟର ମୁରଲୀଧର ମୋହଲ କହିଛନ୍ତି ।

ସୂଚନାଯୋଗ୍ୟ, ଆଜି ଅପରାହ୍ନ ସମୟରେ ସେରମ୍ ପ୍ରତିଷ୍ଠାନର ଟର୍ମିନାଲ୍-1 ରେ ଏକ ନିର୍ମାଣଧାନ କୋଠାରେ ନିଆଁ ଲାଗିଥିବା ସୂଚନା ମିଳିଥିଲା । ଖବର ପାଇବା ମାତ୍ରେ 10ଟି ଦମକଳ କେନ୍ଦ୍ରର କର୍ମଚାରୀ ଏବଂ ପୋଲିସ୍ ପହଞ୍ଚି ନିଆଁକୁ ଆୟତ କରିବା ସହ ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଦେଇଥିଲେ । ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ମଧ୍ୟ ପୁଣେ ନଗରପାଳିକା କମିଶନରଙ୍କ ସହ କଥା ହୋଇ ଘଟଣା ସମ୍ପର୍କରେ ପଚାରି ବୁଝିବା ସହ ନିଆୱକୁ ଆୟତ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରିବା ପାଇଁ ନିର୍ଦ୍ଦେଶ ଦେଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+