ପ୍ରବଳ ବର୍ଷା ହେତୁ ଗୁଜୁରାଟରେ ବନ୍ୟା ପରିସ୍ଥିତି, 63 ଜଣଙ୍କର ମୃତ୍ୟୁ, ସ୍କୁଲ ଏବଂ କଲେଜ ବନ୍ଦ
ଲଗାତାର ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ, କାନ୍ଥ ଭୁଶୁଡ଼ିବା ଘଟଣା ସାମ୍ନାକୁ ଆସିଛି । ଯେଉଁ କାରଣରୁ, ତଥ୍ୟ ଅନୁଯାୟୀ, ଜୁନ୍ 1 ରୁ ବର୍ତ୍ତମାନ 63 ଜଣଙ୍କ ଜୀବନ ହାନି ହୋଇଛି ।
ଅହମ୍ମଦାବାଦ : ପ୍ରବଳ ବର୍ଷା ହେତୁ ଗୁଜୁରାଟର ଅବସ୍ଥା ଅତ୍ୟନ୍ତ ଖରାପ ହୋଇଯାଇଛି । ରାଜ୍ୟର ଅନେକ ଜିଲ୍ଲାରେ ବର୍ଷା ଯୋଗୁଁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଅହମ୍ମଦାବାଦର ପ୍ରହ୍ଲାଦପୁର, ଆନନ୍ଦନଗର ଏବଂ ଜୀରାଜ ପାର୍କରେ ରାସ୍ତା ଉପରେ 2-3 ଫୁଟ ଜଳ ଜମା ହୋଇ ରହିଛି । ଫଳରେ ସାଧାଣ ଜୀବନଯାବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ପ୍ରବଳ ବର୍ଷା ହେତୁ ଆଜି ଅହମ୍ମଦାବାଦରେ ସ୍କୁଲ ଓ କଲେଜ ବନ୍ଦ ରହିଛି ।

ଏଥି ସହିତ ରାଜ୍ୟ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ରାଜେନ୍ଦ୍ର ତ୍ରିବେଦୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ଗତ 24 ଘଣ୍ଟା ମଧ୍ୟରେ ଲଗାତାର ବର୍ଷା ଯୋଗୁଁ 7 ଜଣଙ୍କର ମୃତ୍ୟୁ ହୋଇଛି ଏବଂ ଲଗାତାର ବର୍ଷା ଯୋଗୁଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବଜ୍ରପାତ, କାନ୍ଥ ଭୁଶୁଡ଼ିବା ଘଟଣା ସାମ୍ନାକୁ ଆସିଛି । ଯେଉଁ କାରଣରୁ, ତଥ୍ୟ ଅନୁଯାୟୀ, ଜୁନ୍ 1 ରୁ ବର୍ତ୍ତମାନ 63 ଜଣଙ୍କ ଜୀବନ ହାନି ହୋଇଛି ।
ଭାରତୀୟ ପାଣିପାଗ ବିଭାଗ ଆଜି ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ପ୍ରକାଶ କରିଥିବାବେଳେ ଦକ୍ଷିଣ ଗୁଜୁରାଟର ଅନେକ ଜିଲ୍ଲାରେ ଆଗାମୀ 5 ଦିନ ମଧ୍ୟରେ ସମଗ୍ର ରାଜ୍ୟରେ ହାଲୁକା ଏବଂ ମଧ୍ୟମ ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି । ସୌରାଷ୍ଟ୍ର ଏବଂ କଚ୍ଛ ଅଞ୍ଚଳରେ ଅତ୍ୟଧିକ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଜୁଲାଇ 15 ରୁ ବର୍ଷାର ପରିମାଣ ହ୍ରାସ ହେବା ନେଇ ସୂଚନା ରହିଛି । ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ରେଡ ଆଲର୍ଟ ଜାରି ରହିଛି ।
ଅନ୍ୟପକ୍ଷରେ ୟୁପି, ବିହାର, ମଧ୍ୟ ପ୍ରଦେଶ, ଛତିଶଗଡ, ଝାଡ଼ଖଣ୍ଡରେ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି । ଏହି ରାଜ୍ୟଗୁଡିକର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ମଧ୍ୟ ପ୍ରକାଶ କରିଛି । କେରଳ, କର୍ଣ୍ଣାଟକ, ଆନ୍ଧ୍ରପ୍ରଦେଶ ଏବଂ ତେଲେଙ୍ଗାନାରେ ପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ସତର୍କ ସୂଚନା ଜାରି କରାଯାଇଛି ।
-
ଗ୍ରାହକଙ୍କ ପାଇଁ ଖୁସି ଖବର; ଏକାଥରକେ ଏତିକି ଟଙ୍କା କମିଲା ସୁନା ଦର -
ଆସୁଛି କାଳବୈଶାଖୀ, ଝଡ଼ବର୍ଷା ପାଇଁ ୬ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ -
LPG ସଙ୍କଟକୁ ନେଇ ବଡ଼ କଥା କହିଲେ ସରକାର,‘ଡୋରଷ୍ଟେପ... -
କାରଣ ଦର୍ଶାଅ ନୋଟିସ୍ର ଉତ୍ତର ରଖିଲେ ବିଜେଡିର ୬ ବିଧାୟକ, କହିଲେ ନୋଟିସ୍ ପ୍ରତ୍ୟାହାର କରନ୍ତୁ, ନଚେତ୍... -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
ଇରାନକୁ କଡ଼ା ଚେତାବନୀ ଦେଲେ ୟୁରୋପୀୟ ଦେଶ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ -
ଯୁଦ୍ଧର ବଡ଼ ପ୍ରଭାବ ; ମିଳୁନି କ୍ରିକେଟ୍ ବଲ୍; ନୂଆ ସିଜିନ୍ ପୂର୍ବରୁ ବଢିଲା ଟେନସନ୍ -
୫ ବିଶ୍ୱନେତାଙ୍କ ସହ କଥା ହେଲେ ମୋଦି -
ପ୍ରେମାନନ୍ଦ ମହାରାଜ ଜୀଙ୍କୁ ଭେଟିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ -
ଗୃହକୁ ୧୧ଟା ୩୦ ଯାଏଁ ମୁଲତବି ଘୋଷଣା କଲେ ବାଚସ୍ପତି -
ଆୟର୍ଲାଣ୍ଡ ସହ ଦୁଇଟି ସୀମିତ ଓଭର ମ୍ୟାଚ୍ ଖେଳିବ ଭାରତ












Click it and Unblock the Notifications