ଆରପାରିରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ।
ଆରପାରିରେ ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ। ଆଜି ଅର୍ଥାତ ମଙ୍ଗଳବାର ଦିନ ତାଙ୍କର ଦେହାନ୍ତ ହୋଇଛି। ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ। ସେ ଆରଏମଏଲ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ମଲିକଙ୍କ ମୃତ୍ୟୁ ସମ୍ପର୍କରେ ସୂଚନା ତାଙ୍କ ସରକାରୀ ଟ୍ୱିଟର ହ୍ୟାଣ୍ଡେଲରେ ଦିଆଯାଇଛି। ମଲିକଙ୍କୁ ଚଳିତ ବର୍ଷ ମେ ମାସରେ ମୂତ୍ରନଳୀ ସଂକ୍ରମଣ ସମ୍ବନ୍ଧୀୟ ଗମ୍ଭୀର ସମସ୍ୟା ଯୋଗୁଁ ଭର୍ତ୍ତି କରାଯାଇଥିଲା।

ତାଙ୍କର କିଡନୀ ଖରାପ ହୋଇଥିଲା। ମେ ୧୧ ତାରିଖରେ ମଲିକଙ୍କୁ ପରିସ୍ରା କରିବା ସମୟରେ ପ୍ରବଳ ଯନ୍ତ୍ରଣା ହୋଇଥିଲା। ଯାହା ପରେ ତାଙ୍କର ଉଭୟ କିଡନୀ କାମ କରିବା ବନ୍ଦ କରିଦେଇଥିଲା ଏବଂ ତାଙ୍କ ଅବସ୍ଥା ଅତ୍ୟନ୍ତ ସଙ୍କଟାପର୍ଣ୍ଣ ହୋଇଯାଇଥିଲା।ସତ୍ୟପାଲ ମାଲିକ ଅଗଷ୍ଟ ୨୦୧୮ରୁ ଅକ୍ଟୋବର ୨୦୧୯ପର୍ଯ୍ୟନ୍ତ ଜମ୍ମୁ ଏବଂ କାଶ୍ମୀର ରାଜ୍ୟର ଶେଷ ରାଜ୍ୟପାଳ ଥିଲେ। ତାଙ୍କ କାର୍ଯ୍ୟକାଳ ସମୟରେ ୫ଅଗଷ୍ଟ, ୨୦୧୯ରେ ଧାରା ୩୭୦ରଦ୍ଦ କରାଯାଇଥିଲା। ଏହା ସହ ଜମ୍ମୁ ଓ କଶ୍ମୀରକୁ ମିଳିଥିବା ସ୍ୱତନ୍ତ୍ର ମାନ୍ୟତା ଉଚ୍ଛେଦ କରାଯାଇ ଏହାକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ - ଜମ୍ମୁ ଓ କାଶ୍ମୀର ଏବଂ ଲଦାଖରେ ବିଭକ୍ତ କରାଯାଇଥିଲା। ସଂଯୋଗବଶତଃ, ଆଜି ଏହି ନିଷ୍ପତ୍ତିର ଷଷ୍ଠ ବାର୍ଷିକୀ ଏବଂ ଏହି ଦିନ ସତ୍ୟପାଲ ମଲିକ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।
ଜମ୍ମୁ ଓ କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସତ୍ୟପାଲ ମଲିକଙ୍କୁ ଗୋଆର ୧୮ତମ ରାଜ୍ୟପାଳ ଭାବରେ ନିଯୁକ୍ତ କରାଯାଇଥିଲା। ସେ ଅକ୍ଟୋବର ୨୦୨୨ପର୍ଯ୍ୟନ୍ତ ମେଘାଳୟର ୨୧ତମ ରାଜ୍ୟପାଳ ଭାବରେ ମଧ୍ୟ କାର୍ଯ୍ୟ କରିଥିଲେ।
-
ଅଲୀ ଲାରିଜାନୀ ନିହତ, ଆମେରିକା-ଇସ୍ରାଏଲର ବଡ ଦାବି -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ... -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୧୮ ଦିନରେ ଇରାନ ଇସ୍ରାଏଲ ଓ ଆମେରିକା ଯୁଦ୍ଧ, ବନ୍ଦ ହେବାରେ ଆଶା କ୍ଷଣ -
ରେଢ଼ାଖୋଲରେରେ ଦୁର୍ଦ୍ଦାନ୍ତ ଅପରାଧୀକୁ ଏନକାଉଣ୍ଟର, ମେଡିକାଲରେ ଭର୍ତ୍ତି -
ଡମଣା ଓ ଭିଏସ୍ଏସ୍ ନଗର ହାଟ ହେବ ପ୍ଲାଷ୍ଟିକ ଫ୍ରି ମାର୍କେଟ, ଆରମ୍ଭ ହେଲେ ପ୍ରକ୍ରିୟା -
ପୁଣି SCB ମେଡିକାଲରେ ଅଘଟଣ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
ବିଧାନସଭାରେ ଅଚଳାବସ୍ଥା ଜାରି; ଅପରାହ୍ନ ୪ଟା ଯାଏଁ ଗୃହ ମୁଲତବି -
ଆମେରିକାକୁ ସାହାର୍ଯ୍ୟ କରିବ ଫ୍ରାନ୍ସ, ଯୋଜନା କହିଲେ ମାକ୍ରନ












Click it and Unblock the Notifications