ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂଙ୍କ ପରଲୋକ, ୯୨ ବର୍ଷ ବୟସରେ ବୁଜିଲେ ଆଖି
ନୂଆଦିଲ୍ଲୀ :ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପ୍ରଖ୍ୟାତ ଅର୍ଥନୀତିଜ୍ଞ ଓ ରାଜନେତା ମନମୋହନ ସିଂହ ଆଉ ନାହାନ୍ତି। ଦିଲ୍ଲୀ ଏମ୍ସରେ ୯୨ ବର୍ଷରେ ଶ୍ରୀ ସିଂହ ସମସ୍ତଙ୍କୁ ଛାଡ଼ି ପରପାରିକୁ ଚାଲି ଯାଇଛନ୍ତି।

ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା। ସନ୍ଧ୍ୟାରେ ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ସ୍ଥିତ ଏମ୍ସରେ ଭର୍ତ୍ତି କରାଯାଇଥିଲା।ଆଜି ସନ୍ଧ୍ୟାରେ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଏମ୍ସର ଏମର୍ଜେନ୍ସି ୱାର୍ଡରେ ସ୍ୱତନ୍ତ୍ର ଡାକ୍ତରୀ ଟିମ ତାଙ୍କର ଚିକିତ୍ସା କରିଥିଲେ। ହେଲେ ଡାକ୍ତରୀ ଟିମର ସବୁ ଚେଷ୍ଟା ସତ୍ତ୍ୱେ ଶ୍ରୀ ସିଂହ ଆଖି ବୁଜି ଦେଇଛନ୍ତି।
୯୨ ବର୍ଷୀୟ ମନମୋହନ ସିଂହ ୨୦୦୪ରୁ ୨୦୧୪ ପର୍ଯ୍ୟନ୍ତ ଭାରତର ପ୍ରଧାନମନ୍ତ୍ରୀ ଥିଲେ । ଏହା ପୂର୍ବରୁ ସେ ଭାରତର ଅର୍ଥମନ୍ତ୍ରୀ , ଅର୍ଥ ସଚିବ ଓ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ମଧ୍ୟ ରହିଥିଲେ। ଦେଶର ଅର୍ଥନୀତିକୁ ସଂକଟରୁ ଉଦ୍ଧାର କରି ଆଗକୁ ନେବାରେ ତାଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିଛି ବୋଲି ବିବେଚନା କରାଯାଏ । ୧୯୯୧ରେ ଆରମ୍ଭ ହୋଇଥିବା ଦେଶର ଅର୍ଥନୈତିକ ସଂସ୍କାରକୁ ଆଗକୁ ବଢ଼ାଇବାରେ ସେ ପ୍ରମୁଖ ଭୂମିକା ଗ୍ରହଣ କରିଛଥିଲେ।
26 ସେପ୍ଟେମ୍ବର 1932ରେ ପାକିସ୍ତାନ ପଞ୍ଜାବ ପ୍ରଦେଶରେ ଭାରତ ବିଭାଜନ ପୂର୍ବରୁ ମନମୋହନ ସିଂ ଜନ୍ମଗ୍ରହଣ କରିଥିଲେ । ସେ ପଞ୍ଜାନ ୟୁନିଭରସିଟି, କେମ୍ବ୍ରିଜ ୟୁନିଭରସିଟିରେ ଅଧ୍ୟୟନ କରିଥିଲେ ଏବଂ ଅକ୍ସଫୋର୍ଡ ୟୁନିଭରସିଟିରୁ ଅର୍ଥନୀତିରେ ଡକ୍ଟରେଟ ହାସଲ କରିଥିଲେ । ମନମୋହନ ସିଂ ବିଶ୍ବବିଦ୍ୟାଳୟ ତଥା ଦିଲ୍ଲୀ ସ୍କୁଲ ଅଫ ଇକୋନୋମିକ୍ସ ଏବଂ ଦିଲ୍ଲୀ ବିଶ୍ବବିଦ୍ୟାଳୟରେ ଶିକ୍ଷାଦାନ କରିଛନ୍ତି ।












Click it and Unblock the Notifications