ମେଡ଼ିକାଲରେ ଭର୍ତ୍ତି ହେଲେ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲ
ଜ୍ୱର ଏବଂ ଛାତି ସଂକ୍ରମଣର ଚିକିତ୍ସା ପାଇଁ ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ମହାରାଷ୍ଟ୍ରର ପୁଣେ ସହରର ଏକ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା କୁହାଯାଉଛି। 89 ବର୍ଷୀୟ ପୂର୍ବତନ ରାଷ୍ଟ୍ରପତିଙ୍କୁ ବୁଧବାର ଭାରତ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।

ଡାକ୍ତରଖାନାର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି, "ପୂର୍ବତନ ରାଷ୍ଟ୍ରପତି ପ୍ରତୀଭା ପାଟିଲଙ୍କୁ ଗତକାଲି ରାତିରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ସେ ଜ୍ୱର ଏବଂ ଛାତିରେ ଯନ୍ତ୍ରଣା ହୋଇଥିବାରୁ ମେଡ଼ିକାଲରେ ଭର୍ତ୍ତି ହୋଇଥିଲେ । ସେ ସୁସ୍ଥ ଅଛନ୍ତି ଏବଂ ଚିକିତ୍ସିତ ହେଉଛନ୍ତି। ପ୍ରତୀଭା ପାଟିଲ ଭାରତର ପ୍ରଥମ ମହିଳା ରାଷ୍ଟ୍ରପତି ଥିଲେ। ସେ 2007 ରୁ 2012 ପର୍ଯ୍ୟନ୍ତ ସର୍ବୋଚ୍ଚ ସାମ୍ବିଧାନିକ ପଦବୀରେ ରହିଥିଲେ।












Click it and Unblock the Notifications