ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ପରଲୋକ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ
Manmohan Singh Death: ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂହଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଭୀର ଶୋକ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଟ୍ୱିଟ୍ କରି ଲେଖିଛନ୍ତି, ସ୍ୱର୍ଗତଃ ମନମୋହନ ସିଂହ ଦେଶର ଜଣେ ମହାନ୍ ବରପୁତ୍ର ଥିଲେ । ଅର୍ଥନୀତି କ୍ଷେତ୍ରରେ ତାଙ୍କର ଜ୍ଞାନ ଓ ଦକ୍ଷତା ପାଇଁ ସେ ସାରା ବିଶ୍ୱରେ ଏକ ସ୍ଵତନ୍ତ୍ର ପରିଚୟ ସୃଷ୍ଟି କରିପାରିଥିଲେ ।

ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି, ଅର୍ଥ ମନ୍ତ୍ରୀ ଭାବରେ ସେ ଦେଶକୁ ଏକ ନୂଆ ଦିଗରେ ଦେଖାଇଥିଲେ। ସେହିପରି ପ୍ରଧାନମନ୍ତ୍ରୀ ଭାବେ ସେ ବିଭିନ୍ନ କ୍ଷେତ୍ରରେ ଦେଶର ବିକାଶକୁ ପଥରେ ଆଗେଇ ନେଇଥିଲେ । ତାଙ୍କର ଜ୍ଞାନ, ଶାନ୍ତ ସ୍ଵଭାବ ପାଇଁ ତାଙ୍କର ଏକ ଭିନ୍ନ ପରିଚୟ ସୃଷ୍ଟି ହୋଇଥିଲା । ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିବା ସହ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି ।
Deeply saddened by the passing of former Prime Minister, Dr. Manmohan Singh Ji. His dedication, integrity, and calm leadership will always be remembered. May Mahaprabhu Jagannath bless his soul and grant him eternal peace.
Om Shanti 🙏
— Mohan Charan Majhi (@MohanMOdisha) December 26, 2024












Click it and Unblock the Notifications