ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହ ଶେଷକୃତ୍ୟ ଆସନ୍ତାକାଲି
Manmohan Singh Death: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ଶେଷକୃତ୍ୟ ଆସନ୍ତାକାଲି ସକାଳ 10ଟା ପରେ ରାଜଘାଟରେ ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି ।

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହଙ୍କ ବାସଭବନ ପରିଦର୍ଶନ କରି ତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ଏଥିସହ ସେ ତାଙ୍କ ପରିବାର ସଦସ୍ୟଙ୍କୁ ସମବେଦନା ମଧ୍ୟ ଜଣାଇଛନ୍ତି।
Delhi | President Droupadi Murmu visited the residence of the former Prime Minister of India Dr Manmohan Singh and paid last respects to him. She also offered her condolences to his family members
(Pic source - President Droupadi Murmu's twitter handle) pic.twitter.com/SXnmFx5gHN
— ANI (@ANI) December 27, 2024
ରାଜ୍ୟସଭାରେ କଂଗ୍ରେସ ସଭାପତି ତଥା ବିରୋଧୀ ଦଳର ନେତା ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ପିଏମ ମୋଦିଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ବୈଠକ ଆରମ୍ଭ ହୋଇଥିଲା। କ୍ୟାବିନେଟରେ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି ।












Click it and Unblock the Notifications