ଚିପ୍ସ ଠାରୁ ଆରମ୍ଭ କରି ସିପ୍ ପର୍ଯ୍ୟନ୍ତ ଭାରତ ସବୁଥିରେ ଆତ୍ମନିର୍ଭର ହେବ: ପ୍ରଧାନମନ୍ତ୍ରୀ
ଝାରସୁଗୁଡ଼ା ସମାବେଶରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ। । ନବରାତ୍ର ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଲେ। ଦେଢ଼ ବର୍ଷ ପୂର୍ବେ ବିଧାନସଭା ନିର୍ବାଚନରେ ନୂଆ ସଂକଳ୍ପ ନେଲେ। ବିକଶିତ ଓଡ଼ିଶାର ସ୍ବପ୍ନ ନେବାକୁ ଶପଥ ନେଲେ । ଫଳରେ ଆଜି ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଚାଲିଛି ।
ଆଜିଠୁ ସାରା ଦେଶରେ IIT ସମ୍ପ୍ରସାରଣ କାର୍ଯ୍ୟ ଆରମ୍ଭ । ଆଜି ବ୍ରହ୍ମପୁର-ସୁରତ ଅମୃତ ଭାରତ ଏକ୍ପପ୍ରେସ ଶୁଭାରମ୍ଭ ହୋଇଛି। ସୁରତ ସହ ଆପଣଙ୍କ ସମ୍ପର୍କ କେତେ ଜରୁରୀ ତାହା ସମସ୍ତେ ଜାଣନ୍ତି। ପଶ୍ଚିମବଙ୍ଗ ପରେ ଗୁଜରାଟରେ ସର୍ବାଧିକ ଓଡ଼ିଆ ରହନ୍ତି । ଆମ ସରକାର ଏଯାବତ ୪ କୋଟି ଗରିବଙ୍କୁ ପକ୍କା ଘର ଦେଇଛନ୍ତି ।
ପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପ୍ରଶଂସନୀୟ କାର୍ଯ୍ୟ କରିଛନ୍ତି । ଆଜି ଓଡ଼ିଶାରେ ୫୦ ହଜାର ପକ୍କା ଘର କାର୍ଯ୍ୟାଦେଶ ଦିଆଯାଇଛି । ଓଡ଼ିଶା ଲୋକଙ୍କ ସାମର୍ଥ୍ୟ ସହ ମୁଁ ପୂରା ସହମତ ।

ବିଗତ ଦଶନ୍ଧିରେ ଗରିବୀ ସହ ଲଢ଼ିଛନ୍ତି, ଏବେ ବିକାଶ ଦେଖିବେ । ଓଡ଼ିଶାରେ ଆଗାମୀ ଦିନରେ ୨ ସେମିକଣ୍ଡକ୍ଟର ୟୁନିଟ୍ ହେବାକୁ ଯାଉଛି । ଏହି ସେମିକଣ୍ଡକ୍ଟରରୁ ବାହରୁଥିବା ଚିପ୍ସ ସବୁ କାର୍ଯ୍ୟରେ ଲାଗିବ। ଏହି ଛୋଟିଆ ଚିପ୍ସ ସବୁ ଦୈନନ୍ଦିନ ସାମଗ୍ରୀରେ ଲାଗିବ । ଚିପ୍ସ ଠାରୁ ଆରମ୍ଭ କରି ସିପ୍ ପର୍ଯ୍ୟନ୍ତ ଭାରତ ସବୁଥିରେ ଆତ୍ମନିର୍ଭର ହେବ । ଆମ ଦେଶ କୌଣସି ଦେଶ ଉପରେ ନିର୍ଭର କରିବ ନାହିଁ। ସ୍ବଦେଶୀ ଜ୍ଞାନକୌଶଳରେ ସିପ୍ ନିର୍ମାଣ ପାଇଁ ୧୭ ହଜାର କୋଟି ମଞ୍ଜୁର । ଏଥିରୁ ସବୁଠୁ ବେଶୀ ଫାଇଦା ଯୁବପିଢ଼ି ପାଇବେ ।












Click it and Unblock the Notifications