ଗାନ୍ଧୀ ଜୟନ୍ତି/ଶାସ୍ତ୍ରୀ ଜୟନ୍ତୀ: ଦୁଇ ଜନନାୟକଙ୍କୁ ସ୍ମରଣ କରୁଛି ସାରା ଦେଶ

ଭୁବନେଶ୍ଵର: ଆଜି ହେଉଛି ପବିତ୍ର ଗାନ୍ଧୀ ଜୟନ୍ତୀ । ଜାତିର ପିତା ମହାତ୍ମା ଗାନ୍ଧୀଙ୍କର 152 ତମ ଜୟନ୍ତୀ । 1869 ମସିହାରେ ଗୁଜୁରାଟର ପୋରବନ୍ଦରରେ ଜନ୍ମଗ୍ରହଣ କରିଥିଲେ ଆମ ସମସ୍ତଙ୍କ ପ୍ରିୟ ବାପୁ । ବ୍ରିଟିଶମାନଙ୍କ ଦ୍ୱାରା ଭାରତୀୟ ସମାଜରେ ଦାସତ୍ୱର ଶୃଙ୍ଖଳା ଭାଙ୍ଗିବା ପାଇଁ ସେ ଅହିଂସା ମାର୍ଗକୁ ଆପଣାଇଥିଲେ ।

ସେ ସବୁ ସମୟରେ ଅନ୍ୟାୟ ବିରୋଧରେ ସଂଘର୍ଷ କରିଥିଲେ । ସେ ଧାରଣା ଏବଂ ସତ୍ୟର ମାର୍ଗରେ ସର୍ବଦା ଯିବାକୁ କୁଣ୍ଠାବୋଧ କରିନଥିଲେ । ସତ୍ୟ ଓ ଅହିଂସାକୁ ନେଇ ସର୍ବଦା ବାପୁଙ୍କ ବିଚାର ସାରା ବିଶ୍ବରେ ମାର୍ଗଦର୍ଶନ କରିବା ସହ ପ୍ରେରଣା ଦେଇଥାଏ । ତାଙ୍କର ସେହି ବିଚାରକୁ ନେଇ ଅକ୍ଟୋବର ୨ ତାରିଖ ଦିନଟିକୁ ସାରା ବିଶ୍ୱରେ ଅନ୍ତରାଷ୍ଟ୍ରୀୟ ଅହିଂସା ଦିବସ ଭାବରେ ପାଳନ କରାଯାଏ । ଏହିଦିନ ଭାରତର ସ୍ଵାଧୀନତା ଦିବସ ଓ ଗଣତନ୍ତ୍ର ଦିବସ ଭଳି ଜାତୀୟ ଦିବସ ଭାବରେ ପାଳନ କରାଯାଏ ।

gandhi-shastri

ଗାନ୍ଧୀ ଜୟନ୍ତୀରେ ସମସ୍ତ ଶିକ୍ଷାନୁଷ୍ଠାନ ଗୁଡିକରେ ବିଭିନ୍ନ ପ୍ରତିଯୋଗିତା ହୋଇଥାଏ । ମହାତ୍ମା ଗାନ୍ଧୀଙ୍କ ବିଚାରଧାରା ତାଙ୍କୁ ସାରା ବିଶ୍ବରେ ଗୋଟିଏ ସ୍ଵତନ୍ତ୍ର ସ୍ଥାନ ଦେଇ ପାରିଛି । ତାଙ୍କର ନିଜ ଜନ୍ମ ଭୂମି ପ୍ରତି ନିଷ୍ଠା, କାର୍ଯ୍ୟ ଓ ଉଦାର ମନୋଭାବକୁ ଦେଖି ସମସ୍ତେ ତାଙ୍କୁ ବାପୁ ନାମରେ ଡାକୁ ଥିଲେ । ଭାରତ ଯେତେବେଳେ ଇଂରେଜ ସରକାର ଅଧିନରେ ଥିଲା ସେତେବେଳେ ଗୋଟିଏ ଆଗ ଧାଡ଼ିର ଯୋଦ୍ଧା ଭଳି ଇଂରେଜ ସରକାର ବିରୋଦ୍ଧରେ ଲଢି ଥିଲେ । ଚଳିତ ବର୍ଷ ଅକ୍ଟୋବର ୨ ତାରିଖ ଦିନଟି ଭାରତରେ ୧୫୨ ତମ ଗାନ୍ଧୀ ଜୟନ୍ତୀ ପାଳନ କରାଯିବ ।

ଆମରଣ ଅନଶନରେ ବସି ସ୍ୱାଧୀନତାର ସ୍ୱପ୍ନ ଦେଖୁଥିବା ବାପୁ ବର୍ଷ ବର୍ଷ ଧରି ଫିରିଙ୍ଗୀଙ୍କ କାଳକୋଠରୀରେ ଜେଲଦଣ୍ଡ ଭୋଗିଥିଲେ। ଲାଠି ଓ ସତ୍ୟାଗ୍ରହ ଆଗରେ ସେଦିନର ସାମ୍ରାଜ୍ୟବାଦୀ ବ୍ରିଟିଶ୍‌ ସେନାର ଶକ୍ତି ହାର ମାନିବାକୁ ବାଧ୍ୟ ହୋଇଥିଲା। ସେହି ମହାପୁରୁଷଙ୍କ ସ୍ମୃତି ଉଦ୍ଦେଶ୍ୟରେ ଆଜି ସବୁଆଡେ ତାଙ୍କ ଜୟନ୍ତୀ ପାଳନ କରାଯାଉଛି ।

ସେହିପରି ଆଜି ଭାରତର ଦ୍ୱିତୀୟ ପ୍ରଧାନମନ୍ତ୍ରୀ ଲାଲ ବାହାଦୁର ଶାସ୍ତ୍ରୀଙ୍କର ମଧ୍ୟ ଜନ୍ମଦିନ । 1904 ମସିହାରେ ମୋଗଲ ସରାଇର ଏକ ଗରିବ ପରିବାରରେ ଜନ୍ମ ଗ୍ରହଣ କରିଥିବା ଶାସ୍ତ୍ରୀଜୀ ପିଲାଟି ବେଳୁ ବେଶ୍ ମ୍ର, ଶାନ୍ତ ଓ ସରଳ ଥିଲେ । ମହାତ୍ମା ଗାନ୍ଧୀଙ୍କ ଡାକରାରେ ସେ ସ୍ୱାଧୀନତା ଆନ୍ଦୋଳନରେ ସାମିଲ ହୋଇଥିଲେ। ଦେଶ ସ୍ୱାଧୀନ ହେବା ପରେ ଜବାହାରଲାଲ ନେହରୁଙ୍କ ମନ୍ତ୍ରିମଣ୍ଡଳରେ ରେଳମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ ଶାସ୍ତ୍ରୀଜୀ। ପରେ ଦେଶର ପରବର୍ତ୍ତୀ ପ୍ରଧାନମନ୍ତ୍ରୀ ହୋଇଥିଲେ। 'ଜୟ ଜବାନ ଏବଂ ଜୟ କିଶାନ' ସ୍ଲୋଗାନ ପାଇଁ ଶାସ୍ତ୍ରୀଜୀ ଦେଶବାସୀଙ୍କ ନିକଟରେ ଅମର ହୋଇ ରହିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+