ଗ୍ୟାସ ସଙ୍କଟ ଆତଙ୍କ; ମୁହଁ ଖୋଲିଲେ ପ୍ରଧାନମନ୍ତ୍ରୀ କହିଲେ ଗୁଜବରେ ବିଶ୍ୱାସ କର ନାହିଁ
ଦେଶରେ ରନ୍ଧନ ଗ୍ୟାସର ଅଭାବକୁ ନେଇ ଲୋକଙ୍କ ମଧ୍ୟରେ ଯେଉଁ ଆତଙ୍କ ସୃଷ୍ଟି ହୋଇଛି ତାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଶମିତ କରିଛନ୍ତି। ରନ୍ଧନ ଗ୍ୟାସ ଅଭାବକୁ ନେଇ କୌଣସି ପ୍ରକାର ଆତଙ୍କିତ ହେବାର ନାହିଁ। ରନ୍ଧନ ଗ୍ୟାସ ଅଭାବକୁ ନେଇ ଗୁଜବ ପ୍ରଚାର କରାଯାଉଛି। ଆଉ ଏପରି ଗୁଜବକୁ ଧ୍ୟାନ ନଦେବାକୁ ମୋଦୀ ଦେଶବାସୀଙ୍କୁ ପରାମର୍ଶ ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ମଧ୍ୟପ୍ରାଚ୍ୟରେ ଲାଗି ରହିଥିବା ଯୁଦ୍ଧ ଯୋଗୁଁ ସମଗ୍ର ବିଶ୍ବରେ ତୈଳ ଯୋଗାଣ ବାଧାପ୍ରାପ୍ତ ହୋଇଛି।
ତେବେ ଭାରତ ଏହାର ତୈଳ ଆବଶ୍ୟକତା ପୂରଣ କରିବା ଲାଗି ଆବଶ୍ୟକ ପଦକ୍ଷେପ ନେଉଛି। ଆଉ ଆଶା ଭାରତ ଏହି ସମସ୍ୟାକୁ ସଫଳତାର ସହ ମୁକାବିଲା କରିପାରିବ। ସେହିପରି ଯୁଦ୍ଧ ଯୋଗୁଁ ବିଦେଶରେ ଫସି ରହିଥିବା ଭାରତୀୟଙ୍କୁ ସୁରକ୍ଷିତ ଫେରାଇ ଆଣିବା ଦିଗରେ ସରକାର ପଦକ୍ଷେପ ନେଉଛନ୍ତି।













Click it and Unblock the Notifications