Gold Price Decrease: ଆଜି ବି କମିଲା ସୁନା ଦର, ଜାଣନ୍ତୁ କଣ ରହିଛି ରେଟ୍ ?
ସୁନା କିଣିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଖୁସି ଖବର । ୩ ଦିନ ହେବ ସୁନା ଦରରେ ଲାଗିଛି ବ୍ରେକ। ଆଜି ପୁଣି ଶସ୍ତା ହୋଇଛି ସୁନା। ୨୨ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୦୦ ଟଙ୍କା ହ୍ରାସ ପାଇଛି। ସେହିପରି ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨୨୦ ଟଙ୍କା ହ୍ରାସ ପାଇଛି ।
ରାଜଧାନୀ ଭୁବନେଶ୍ୱରରେ ୨୨ କ୍ୟାରେଟ୍ ସୁନା ଦର ୧୦ ଗ୍ରାମ ପିଛା ୨୦୦ଟଙ୍କା ହ୍ରାସ ପାଇଛି । ୨୪ କ୍ୟାରେଟ୍ ସୁନା ୨୨୦ ଟଙ୍କା କମିଛି । ଗତକାଲି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୯୫,୭୩୦ଟଙ୍କା ରହିଥିଲା।

ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୨୨୦ ଟଙ୍କା ହ୍ରାସ ପାଇବା ସହ ୯୫,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୨୦୦ଟଙ୍କା ହ୍ରାସ ଘଟି ୮୭,୭୫୦ ଟଙ୍କାରୁ ୮୭,୫୫୦ ଟଙ୍କା ରହିଛି ।
ସେହିପରି ଗତକାଲି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ୯୫,୭୩୦ଟଙ୍କା ରହିଥିଲା । ଆଜି କଟକରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର୨୨୦ ଟଙ୍କା ହ୍ରାସ ପାଇ ୯୫,୫୧୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୨୦୦ଟଙ୍କା ହ୍ରାସ ୮୭,୭୫୦ ଟଙ୍କାରୁ ୮୭,୫୫୦ ଟଙ୍କା ହୋଇଛି।
ସଠିକ୍ ଦାମ୍ରେ କେମିତି କିଣିବେ
?
ସବୁବେଳେ ସୁନାର ଦାମ୍ ବୃଦ୍ଧି ଓ ହ୍ରାସ ପାଇଥାଏ । ନିୟମିତ ସୁନାର ଦାମ୍ ଚେକ୍ କରନ୍ତୁ ଯାହାଦ୍ୱାରା ଆପଣ ସୁନାର ଦାମ୍ ହ୍ରାସ ବେଳେ ଗହଣା କିଣିପାରିବେ। ସୁନା କିଣିବା ବେଳେ ହଲ୍ମାର୍କ ଦେଖି ସୁନା କିଣନ୍ତୁ। ସୁନା କିଣିବା ବେଳେ ମେକିଂ ଚାର୍ଜ ଉପରେ ଧ୍ୟାନ ଦିଅନ୍ତୁ।












Click it and Unblock the Notifications