Diwali 2024: ଧନତେରାସ୍ ଓ ଦୀପାବଳୀ ପୂର୍ବରୁ ବଢିଲା ସୁନା ଦର

କିଛିଦିନ ପରେ ଆସୁଛି ଧନତେରାସ୍ ଓ ଦୀପାବଳୀ। ତେବେ ଏହା ପୂର୍ବରୁ ବଢିଲା ସୁନା ଦର। ଯଦି ଆପଣ ଆଜି ସୁନା-ଅଳଙ୍କାର କିଣିବା ପାଇଁ ପ୍ଲାନ୍ କରୁଛନ୍ତି। ତେବେ, ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ବପୂର୍ଣ୍ଣ ଅଟେ। ତେବେ, ଜାଣନ୍ତୁ ଭାରତର ପ୍ରମୁଖ ସହର ଗୁଡିକରେ କେତେ ରହିଛି ସୁନା ରେଟ୍ ?

ଭାରତୀୟ ବଜାରରେ ଆଜି ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି। ସେହିପରି ଦେଶର ରାଜଧାନୀ ନୂଆଦିଲ୍ଲୀରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୭୫୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୪୪୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ହୋଇଛି ।

gold price

ମାୟା ନଗରୀ ମୁମ୍ବାଇରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ରେଟ୍ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି । ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବଢିଛି। ଚେନ୍ନାଇରେ ମଧ୍ୟ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ମୂଲ୍ୟ ୭୩,୬୦୦ ଟଙ୍କା ରହିଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ୨୨ ଓ ୨୪ କ୍ୟାରେଟ୍ ରେ ୬୫୦ ଓ ୭୧୦ ଟଙ୍କା ବଢିଛି। ସେହିପରି ଓଡି଼ଶାର ରାଜଧାନୀ ଭୁବନେଶ୍ବରରେ ୨୨ କ୍ୟାରେଟ୍ ସୁନାର ୧୦ ଗ୍ରାମ୍ ସୁନାର ରେଟ୍ ୭୩,୬୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ୍ ର ଦାମ୍ ୮୦,୨୯୦ ଟଙ୍କା ରହିଛି। ଏଠାରେ ମଧ୍ୟ ୨୨ ଓ ୨୪ କ୍ୟାରେଟ୍ ରେ ଭରି ପିଛା ୬୫୦ ଓ ୭୧୦ ଟଙ୍କା ବୃଦ୍ଧି ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+