ମାସ ଆରମ୍ଭରୁ ବଢିଲା ସୁନା ଦର, ଜାଣନ୍ତୁ ଆଜିର ନୂଆ ସୁନା ଓ ରୂପା ଦର କେତେ?
ସୁନା ଗହଣା କିଣିବାକୁ ଚାହୁଁଛନ୍ତି କି? ତା ପୂର୍ବରୁ ନଜର ପକାନ୍ତୁ କେଉଁ ସହରରେ କେତେ ରହିଛି ସୁନା ଦର ? ତେବେ ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର ।

ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୩୦,୪୮୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୧୯,୬୦୦ ଟଙ୍କା ଛୁଇଁଛି । ସେହିପରି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୦,୪୮୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାର ମୂଲ୍ୟ ହଜାର ୧,୧୯,୦୬୦୦ ଟଙ୍କାକୁ ପହଞ୍ଚିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ୍ ମୂଲ୍ୟ ୧,୩୦,୪୮୦ ଟଙ୍କା ଓ ୨୨ କ୍ୟାରେଟ୍ ମୂଲ୍ୟ ୧,୧୯,୭୦୦ ଟଙ୍କା ରହିଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ୍ ୧,୩୦,୬୩୦ ଟଙ୍କା ଓ ୨୨ କ୍ୟାରେଟ୍ ୧,୧୯,୭୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରେଟ ମୂଲ୍ୟ ୧,୩୦,୬୯୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୧୯,୮୦୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୨୯,୮୨୦ ଓ ୧,୧୯,୦୦୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୧, ୭୬,୦୦୦ ଟଙ୍କା ହୋଇଛି ।
ଯଦି ଆପଣ ସୁନାର ଶୁଦ୍ଧତା ଯାଞ୍ଚ କରିବାକୁ ଚାହୁଁଛନ୍ତି, ତେବେ ଆପଣ 'BIS Care app'ରେ ଯାଞ୍ଚ କରିପାରିବେ । ସୁନାର ଲାଇସେନ୍ସ ନମ୍ବର, ହଲମାର୍କ କିମ୍ବା ପଞ୍ଜୀକରଣ ସଂଖ୍ୟା ଭୁଲ ଥିଲେ, ଆପଣ ସିଧାସଳଖ ସରକାରଙ୍କ ନିକଟରେ ଅଭିଯୋଗ କରିପାରିବେ । ଅଭିଯୋଗ କରିବା ପରେ ଏହି ପ୍ରସଙ୍ଗରେ କ'ଣ ପଦକ୍ଷେପ ନିଆଯାଇଛି ସେ ସମ୍ବନ୍ଧରେ ମଧ୍ୟ ସୂଚନା ପାଇପାରିବେ ।












Click it and Unblock the Notifications