ଦୀପାବଳି ପୂର୍ବରୁ ଖୁସି ଖବର, ୩% ବଢିଲା ମହଙ୍ଗା ଭତ୍ତା

ଦୀପାବଳି ପୂର୍ବରୁ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର । ଦୀପାବଳିରେ କେନ୍ଦ୍ର ସରକାର କର୍ମଚାରୀଙ୍କୁ ଦେବାକୁ ଯାଉଛନ୍ତି ବଡ଼ ଉପହାର । କେନ୍ଦ୍ର ସରକାର କ୍ୟାବିନେଟ୍ ବୈଠକରେ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ମହଙ୍ଗା ଭତ୍ତା (DA) ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି । ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ପାଇଛି । ଏହି ବର୍ଦ୍ଧିତ DA ଜୁଲାଇ ୧ରୁ ପିଛିଲା ଭାବରେ କାର୍ଯ୍ୟକାରୀ ହେବ ।

increased by 3

ସମସ୍ତ କେନ୍ଦ୍ର ସରକାର କର୍ମଚାରୀଙ୍କୁ ଜୁଲାଇ, ଅଗଷ୍ଟ ଏବଂ ସେପ୍ଟେମ୍ବରର ବକେୟା ଅକ୍ଟୋବର ଦରମା ସହିତ ମିଳିବ । ସରକାର ଦୀପାବଳି ପୂର୍ବରୁ ଲକ୍ଷ ଲକ୍ଷ କର୍ମଚାରୀଙ୍କୁ ଏକ ଉପହାର ଦେଇଛନ୍ତି । ମହଙ୍ଗା ଭତ୍ତା ୩ ପ୍ରତିଶତ ବୃଦ୍ଧି ପାଇଛି । ୭ମ ବେତନ ଆୟୋଗ ମୁତାବକ, ସମସ୍ତ କେନ୍ଦ୍ର ସରକାର କର୍ମଚାରୀଙ୍କ ସହିତ ପେନସନଭୋଗୀଙ୍କ ପାଇଁ ଏହା ଲାଗୁ ହେବ ।

ସରକାର ପୂର୍ବରୁ ମହଙ୍ଗା ଭତ୍ତା (DA) ଏବଂ ମହଙ୍ଗା ରିଲିଫ୍ (DR) ୨% ବୃଦ୍ଧି କରିଥିଲେ । ଯାହା ଜାନୁଆରୀ ୧, ୨୦୨୫ ରୁ ଲାଗୁ ହୋଇଥିଲା । ଏହାଦ୍ବାରା ୧୧.୫ ନିୟୁତ କେନ୍ଦ୍ର ସରକାରୀ କର୍ମଚାରୀ ଏବଂ ପେନସନଭୋଗୀ ଉପକୃତ ହୋଇଥିଲେ । ଏହି ବୃଦ୍ଧି ପରେ ମହଙ୍ଗା ଭତ୍ତା ମୂଳ ଦରମାର ୫୩% ରୁ ୫୫% କୁ ବୃଦ୍ଧି ପାଇଲା । ଏବେ ୩ ପ୍ରତିଶତ ବଢିଲା ପରେ ମହଙ୍ଗା ଭତ୍ତା ମୂଳ ଦରମାର ୫୮%କୁ ବୃଦ୍ଧି ପାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+