କେନ୍ଦ୍ର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ଆଗାମୀ ଲୋକସଭା ନିର୍ବାଚନ ପୂର୍ବରୁ କର୍ମଚାରୀଙ୍କ ୪ ପ୍ରତିଶତ ମହଙ୍ଗା ଭତ୍ତା(ଡିଏ) ବଢ଼ାଇଛନ୍ତି କେନ୍ଦ୍ର ସରକାର । ଏହା ସହିତ ବର୍ତ୍ତମାନ କର୍ମଚାରୀମାନେ ୫୦ ପ୍ରତିଶତ ମହଙ୍ଗା ଭତ୍ତା ପାଇବେ । ଜାନୁଆରୀ ପହିଲାରୁ ପିଛିଲା ଭାବେ ଲାଗୁ ହେବ । ଉଭୟ କେନ୍ଦ୍ର କର୍ମଚାରୀ ଓ ପେନ୍‌ସନ୍‌ଭୋଗୀ ଉପକୃତ ହେବେ ।

ସରକାରୀ କର୍ମଚାରୀଙ୍କୁ ବର୍ତ୍ତମାନ ମୂଳ ଦରମା/ପେନସନର ୪୬% ଡିଏ/ଡିଆର୍ ମିଳୁଥିବା ବେଳେ ଏଥିରେ ଅତିରିକ୍ତ ୪% ବୃଦ୍ଧି କରାଯାଇଛି ଯାହାକି ଜାନୁଆରୀ ପହିଲା ୨୦୨୪ ଠାରୁ ପିଛିଲା ଭାବେ ଲାଗୁ ହେବ । ସପ୍ତମ ବେତନ ଆୟୋଗଙ୍କ ସୁପାରିଶ ଅନୁସାରେ ଯଦି ଡିଏ ୫୦ ପ୍ରତିଶତ ଯାଏ ପହଞ୍ଚି ଯାଏ ତେବେ ଘର ଭଡ଼ା ଭତ୍ତା ଅର୍ଥାତ୍ ଏଚଆରଏରେ ମଧ୍ୟ ବୃଦ୍ଧି ହେବ ।

Dearness Allowance

ଏହି ବୃଦ୍ଧି ସହ କେନ୍ଦ୍ର ସରକାରଙ୍କ କର୍ମଚାରୀଙ୍କ ଟେକ୍‌-ହୋମ ଦରମା ପ୍ୟାକେଜ ମଧ୍ୟ ବଢିବା ନିଶ୍ଚିତ । ଉଲ୍ଲେଖଯୋଗ୍ୟ ଯେ ସପ୍ତମ ବେତନ ଆୟୋଗଙ୍କ ସୁପାରିଶ ଅନୁସାରେ ଏଚଆରଏ ବୃଦ୍ଧି ପାଇଁ ତିନୋଟି ବର୍ଗରେ ସହରଗୁଡିକୁ ଭାଗ କରାଯାଇଛି । ଏହି କ୍ୟାଟେଗୋରୀ ହେଉଛି x,y ଏବଂ z।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+